Posted inଖେଳ

ଇର୍‌ଫାନଙ୍କ ନୂଆ ଇନିଂସ

ଏକଦା ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ଅଲରାଉଣ୍ଡର ବିବେଚିତ ହେଉଥିବା ଇରଫାନ ପଠାନଙ୍କ ଖେଳ କ୍ୟାରିୟର ପ୍ରାୟତଃ ଶେଷ ପର୍ଯ୍ୟାୟରେ। ବର୍ତ୍ତମାନ ଜମ୍ମୁ ଓ କଶ୍ମୀର ଦଳର କୋଚ୍‌ ଦାୟିତ୍ୱ ନିର୍ବାହ କରୁଛନ୍ତି ଏହି ବାମହାତୀ ଷ୍ଟାଇଲିଶ୍‌ ଖେଳାଳି। ତାଙ୍କ କ୍ୟାରିୟର ଏବେ ଏକ ଭିନ୍ନ ମୋଡ଼ ନେବାକୁ ଯାଉଛି। ସେ ଚଳଚ୍ଚିତ୍ରରେ ପଦାର୍ପଣ କରି ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ଚଳଚ୍ଚିତ୍ର ସମୀକ୍ଷକ ତରନ ଆଦର୍ଶ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ଇରଫାନ ଏକ ତାମିଲ ଚଳଚ୍ଚିତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଆସୁଛନ୍ତି ବୋଲି ତରନ ଟୁଇଟ୍‌ କରି ଜଣାଇଛନ୍ତି। ଚଳଚ୍ଚିତ୍ରର ନାମକରଣ ହୋଇ ନାହିଁ। ତେବେ ସେ ବିକ୍ରମଙ୍କ ସହିତ ତାମିଲ ଚଳଚ୍ଚିତ୍ରରେ କାମ କରିବାକୁ ଯାଉଛନ୍ତି ବୋଲି ତରନ ଉଲ୍ଲେଖ କରିଛନ୍ତି। ଅଜୟ ଜ୍ଞାନମୁଥୁ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେବେ। ଏହି ଚଳଚ୍ଚିତ୍ର ଲଳିତ କୁମାରଙ୍କ ସେବନ ସ୍କିନ ଷ୍ଟୁଡିଓ ଦ୍ୱାରା ପ୍ରାୟୋଜିତ ହେବ ବୋଲି ସେ ସୂଚନା ଦେଇଛନ୍ତି। ଭାରତ ପକ୍ଷରୁ ଇରଫାନ ୨୯ ଟେଷ୍ଟ ୧୨୦ ଏକଦିବସୀୟ ଏବଂ ୨୪ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ସେ ଟେଷ୍ଟରେ ୧୦୦ରୁ ଊର୍ଦ୍ଧ୍ୱ ଉଇକେଟ ମଧ୍ୟ ନେଇଛନ୍ତି। ଏହା ବ୍ୟତୀତ ଏକଦିବସୀୟ କ୍ରିକେଟରେ ୧୭୩ ଓ ଟି୨୦ରେ ୨୮ଟି ଉଇକେଟ ଅକ୍ତିଆର କରିଛନ୍ତି। ଟେଷ୍ଟରେ ଇରଫାନ ଗୋଟିଏ ଶତକ ସହ ୧୧୦୫, ଏକଦିବସୀୟରେ ୧୫୪୪ ଏବଂ ଟି୨୦ରେ ୧୭୨ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri