Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ ଜାରି: ପାର୍ଲାମେଣ୍ଟ ପରିସରରେ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ବିରୋଧ ଜାରି ରହିଛି। ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର ସରକାର ମିଛ କାରଖାନାରେ ପରିଣତ ହୋଇଛି ବୋଲି କଂଗ୍ରେସ ସମାଲୋଚନା କରିଛି। ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରବତା ଭଙ୍ଗ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ସଂସଦ ଭବନ ପରିସରରେ ଅନୁଷ୍ଠିତ ବିକ୍ଷୋଭରେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ବରିଷ୍ଠ ନେତା ମନୀଷ୍‌ ତିଓ୍ବାରୀ, ଶଶୀ ଥରୁର, ଆନନ୍ଦ ଶର୍ମା ପ୍ରମୁଖ ସାମିଲ ହୋଇଥିଲେ।
ଇଲେକ୍ଟୋରାଲ ବଣ୍ଡ୍‌ ପ୍ରଚଳନକୁ ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଏବଂ ନିର୍ବାଚନ କମିଶନ (ଇସି)ର ବିରୋଧ ସତ୍ତ୍ୱେ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଏହି ଖବର ପ୍ରକାଶ ପାଇବା ପରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ରାଜନୀତି ଜୋର ଧରିଛି। ଅବଧି ଶେଷ ହୋଇଥିବା ବଣ୍ଡ୍‌ ବେଆଇନ ଓ୍ବିଣ୍ଡୋରେ ବିକ୍ରି ହେଉଥିବାବେଳେ ତାହାକୁ ଗ୍ରହଣ କରିବା ଲାଗି ସରକାର ଏସ୍‌ବିଆଇ ଉପରେ ଚାପ ପକାଇଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିବା ଦର୍ଶାଇ କଂଗ୍ରେସ ଦଳର ମୁଖ୍ୟ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା ସରକାରଙ୍କୁ ମିଛର ଫ୍ୟାକ୍ଟ୍ରି ବୋଲି ଟୁଇଟ୍‌ କରିଛନ୍ତି। ୧୯୯୩ ମୁମ୍ବାଇ ବୋମା ବିସ୍ଫୋରଣର ଅଭିଯୁକ୍ତ ଇକ୍‌ବାଲ ମିର୍ଚିଙ୍କଠାରୁ ସମ୍ପତ୍ତି କିଣିଥିବା କମ୍ପାନୀ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଚଳାଇଛି। ଉକ୍ତ କମ୍ପାନୀଠାରୁ ଭାଜପା ଚାନ୍ଦା ସଂଗ୍ରହ କରିଥିବା କଂଗ୍ରେସ ଅଭିଯୋଗ କରିଛି। ଏହି ପ୍ରସଙ୍ଗରେ ସିପିଆଇ ମଧ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି।
କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ଶୁକ୍ରବାର ରାଜ୍ୟ ସଭାରେ ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗ ଉଠାଇବାକୁ ଚାହିଁଥିଲେ ହେଁ ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ଏଥିପାଇଁ ଅନୁମତି ଦେଇ ନ ଥିଲେ। ନିୟମ ୨୬୭ ଅନୁଯାୟୀ ବିପକ୍ଷ ଦଳଗୁଡିକ ଏକାଧିକ ନୋଟିସ ଦେଇ ଅନ୍ୟ ସବୁ କାର୍ଯ୍ୟକୁ ପଛରେ ପକାଇ ବଣ୍ଡ୍‌ ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ନାଇଡୁ କହିଥିଲେ, ସେ ଏହି ପ୍ରସଙ୍ଗକୁ ଅନୁଧ୍ୟାନ କରିଛନ୍ତି। ଏହା ସେପରି ଗୁରୁତ୍ୱପୂର୍ଣ୍ଣ ହୋଇ ନ ଥିବାରୁ ଅନ୍ୟ କାର୍ଯ୍ୟକୁ ବନ୍ଦ କରି ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗ ଆଲୋଚନା ନିମନ୍ତେ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସେ କହିଥିଲେ। ତେବେ ଅଧ୍ୟକ୍ଷଙ୍କ ଉତ୍ତରରେ ଅସନ୍ତୁଷ୍ଟ ସଦସ୍ୟମାନେ ଗୃହରେ ହୋ-ହଲ୍ଲା ଜାରି ରଖିଥିଲେ।
ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ରାଷ୍ଟ୍ରାୟତ୍ତ କମ୍ପାନୀ (ପିଏସ୍‌ୟୁ)ଗୁଡ଼ିକରୁ ପୁଞ୍ଜି ପ୍ରତ୍ୟାହାର ପ୍ରସଙ୍ଗ ଉଠାଇ ଭାଜପା ନେତୃତ୍ୱାଧୀନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। କେତେକ ଘରୋଇ କମ୍ପାନୀଙ୍କୁ ସନ୍ତୁଷ୍ଟ କରିବା ଲାଗି ସରକାର ଲାଭଦାୟକ ପିଏସ୍‌ୟୁଗୁଡ଼ିକର ବିକ୍ରି କରିବା ଯୋଜନାରେ ଅଛନ୍ତି ବୋଲି ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁଙ୍କ ଘରେ ଚକି ପେଷୁଛନ୍ତି ସାନ ବୋହୂ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri