ଇସ୍କ ତୋର ସ୍ଲୋଲି ସ୍ଲୋଲି

ମନ୍‌ ମୁଭିଜ ଏବଂ ଏସ୍‌. ତନୁ କ୍ରିଏଶନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା, ଯାହାର ଟାଇଟଲ ରହିଛି ‘ଇସ୍କ ତୋର ସ୍ଲୋଲି ସ୍ଲୋଲି’। ନବାଗତ ପ୍ରଯୋଜକ ଏସ. ତନୁ କ୍ରିଏଚର ଫିଲ୍ମଟିର ପ୍ରଯୋଜନା କରୁଛନ୍ତି। ଅନ୍ୟପକ୍ଷରେ ପ୍ରଥମଥର ପାଇଁ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ମନ୍ମୟ ମହାପାତ୍ର। ଚଳଚ୍ଚିତ୍ର ବିଷୟରେ ନିର୍ଦ୍ଦେଶକ କହନ୍ତି, ‘ଏହି ଫିଲ୍ମର କାହାଣୀ ରଚନା କରିଛନ୍ତି ପୃଥ୍ବୀରାଜ ପାତ୍ର, ଯେଉଁଥିଲେ ଲଭ୍‌, ସସ୍‌ପେନ୍ସ, କମେଡି, ଇମୋଶନ ରହିଛି। କାହାଣୀରେ ଏପରି ମସଲା ରହିଛି, ଯାହା ସମସ୍ତଙ୍କ ମନକୁ ଛୁଇଁବ ବୋଲି ବିଶ୍ୱାସ।’ ଏହା ବ୍ୟତୀତ ନୂଆ ଯୋଡ଼ି ପବନ ଦେବ, ଲିସି, ରାନୀ ନିଜର ଓଡ଼ିଆ ଫିଲ୍ମ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ଏମାନଙ୍କ ବ୍ୟତୀତ ବ୍ରଜ ସିଂ, ଅକ୍ଷୟ ବସ୍ତିଆ, ବାବୁ ପ୍ରଧାନ, ଜ୍ଞାନ, ରବି ପ୍ରମୁଖ କଳାକାର ମଧ୍ୟ ଅଭିନୟ କରିଛନ୍ତି। ଏହି ଫିଲ୍ମରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ନୂଆ ସ୍ବର ସଂଯୋଜକ ଆଲୋକ ଦେବ-ବିମୁଗ୍ଧ ଦାଶ। ଚିତ୍ରର ଶୁଟିଂ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri