ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ

ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏ-୩୨୦ ଏୟାରବସର ୧୨୦ ପାଇଲଟଙ୍କ ଦାବି ପୂରଣ ନ ହେବାରୁ ସେମାନେ ମ୍ୟାନେଜମେଣ୍ଟକୁ ଇସ୍ତଫାପତ୍ର ଦେଇଥିବା ଜଣାପଡିଛି। ୬୦ ହଜାର କୋଟି ଟଙ୍କାର ଋଣ ଭାରରେ ବୁଡି ରହିଥିବା ବିମାନ କମ୍ପାନୀର ଘରୋଇକରଣ ନେଇ ସରକାର ପଦକ୍ଷେପ ନେଉଛନ୍ତି। ଏଭଳି ସ୍ଥିତିରେ ପାଇଲଟମାନେ ମିଳିତ ଭାବେ ଚାକିରି ଛାଡିଛନ୍ତି। ବେତନ ଏବଂ ପଦୋନ୍ନତି ପ୍ରସଙ୍ଗକୁ ନେଇ ଅନେକ ଦିନ ଧରି ଦାବି କରି ଆସୁଥିଲେ ମଧ୍ୟ ଏହାକୁ କର୍ତ୍ତୃପକ୍ଷ ଧ୍ୟାନ ନ ଦେବାକୁ ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଥିବା ପାଇଲଟମାନେ କହିଛନ୍ତି। ଠିକ୍‌ ସମୟରେ ବେତନ ନ ମିଳିବା ଯୋଗୁ କର୍ମଚାରୀମାନେ ଅସୁବିଧାର ସାମ୍ନା କରୁଥିଲେ। ପ୍ରାଥମିକ ପର୍ଯ୍ୟାୟରେ ଠିକାରେ କାମ କରିଥିବା ପାଇଲଟ ଅଭିଜ୍ଞତା ହାସଲ କରିବା ପରେ ବେତନ ବୃଦ୍ଧି ଏବଂ ପଦୋନ୍ନତି ହେବ ବୋଲି ଆଶା ରଖିଥିଲେ। ମାତ୍ର କମ୍ପାନୀ କର୍ତ୍ତୃପକ୍ଷ ଦାବି ଶୁଣିଲେ ନାହିଁ। ଏଭଳି ମିଳିତ ଇସ୍ତଫା ଯୋଗୁ ସେବା ବାଧାପ୍ରାପ୍ତ ହେବ ନାହିଁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ନିକଟରେ ବର୍ତ୍ତମାନ ୨୦୦୦ ପାଇଲଟ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦୦ ଏକ୍‌ଜିକ୍ୟୁଟିଭ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri