ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ

ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏ-୩୨୦ ଏୟାରବସର ୧୨୦ ପାଇଲଟଙ୍କ ଦାବି ପୂରଣ ନ ହେବାରୁ ସେମାନେ ମ୍ୟାନେଜମେଣ୍ଟକୁ ଇସ୍ତଫାପତ୍ର ଦେଇଥିବା ଜଣାପଡିଛି। ୬୦ ହଜାର କୋଟି ଟଙ୍କାର ଋଣ ଭାରରେ ବୁଡି ରହିଥିବା ବିମାନ କମ୍ପାନୀର ଘରୋଇକରଣ ନେଇ ସରକାର ପଦକ୍ଷେପ ନେଉଛନ୍ତି। ଏଭଳି ସ୍ଥିତିରେ ପାଇଲଟମାନେ ମିଳିତ ଭାବେ ଚାକିରି ଛାଡିଛନ୍ତି। ବେତନ ଏବଂ ପଦୋନ୍ନତି ପ୍ରସଙ୍ଗକୁ ନେଇ ଅନେକ ଦିନ ଧରି ଦାବି କରି ଆସୁଥିଲେ ମଧ୍ୟ ଏହାକୁ କର୍ତ୍ତୃପକ୍ଷ ଧ୍ୟାନ ନ ଦେବାକୁ ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଥିବା ପାଇଲଟମାନେ କହିଛନ୍ତି। ଠିକ୍‌ ସମୟରେ ବେତନ ନ ମିଳିବା ଯୋଗୁ କର୍ମଚାରୀମାନେ ଅସୁବିଧାର ସାମ୍ନା କରୁଥିଲେ। ପ୍ରାଥମିକ ପର୍ଯ୍ୟାୟରେ ଠିକାରେ କାମ କରିଥିବା ପାଇଲଟ ଅଭିଜ୍ଞତା ହାସଲ କରିବା ପରେ ବେତନ ବୃଦ୍ଧି ଏବଂ ପଦୋନ୍ନତି ହେବ ବୋଲି ଆଶା ରଖିଥିଲେ। ମାତ୍ର କମ୍ପାନୀ କର୍ତ୍ତୃପକ୍ଷ ଦାବି ଶୁଣିଲେ ନାହିଁ। ଏଭଳି ମିଳିତ ଇସ୍ତଫା ଯୋଗୁ ସେବା ବାଧାପ୍ରାପ୍ତ ହେବ ନାହିଁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। କମ୍ପାନୀ ନିକଟରେ ବର୍ତ୍ତମାନ ୨୦୦୦ ପାଇଲଟ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦୦ ଏକ୍‌ଜିକ୍ୟୁଟିଭ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri