ଇସ୍ପାତ ପ୍ରଡକ୍ଟ ପରିବହନରେ ଟାରିଫ ହ୍ରାସ ହେଉ:ଆଇସିିସି

ଭୁବନେଶ୍ୱର,୩-୧୧: ଦେଶରେ ଗଛିତ ଥିବା ମୋଟ ଖଣିଜ ମଧ୍ୟରୁ ଅତି ସ୍ବଳ୍ପ ଭାଗ ଏବେ ଉତ୍ତୋଳନ ହେଉଛି। ଏହି ପ୍ରକ୍ରିୟା ତ୍ୱରାନ୍ବିତ ହେବାର ଆବଶ୍ୟକତା ରହିଛି। ନିମ୍ନ ମାନର ଖଣିଜ ପଦାର୍ଥରେ ମୂଲ୍ୟ ସଂଯୋଗ କରିବା ଉପରେ ମଧ୍ୟ ଖଣିଜ ଶିଳ୍ପଗୁଡିକ ଅଧିକ ଗୁରୁତ୍ୱ ପ୍ରଦାନ କରିବା ଉଚିତ ବୋଲି ଆଇସିିସି ଓଡିଶା ରାଜ୍ୟ ପରିଷଦର ଖଣି କମିଟି ସଂଯୋଜକ ମନିଷ ଖର୍ବାଣ୍ଡା କହିଛନ୍ତି। ସେ କହିଛନ୍ତି ଯେ, ଦେଶରେ ୧୫୦ ନିୟୁତ ଟନ୍‌ ନିମ୍ନ ମାନର ଖଣିଜ ଉତ୍ପାଦନ ହେଉଛି। ଏଥି ମଧ୍ୟରୁ ୮୦ ନିୟୁତ ଟନ୍‌ ଓଡିଶାରେ ଉତ୍ପାଦନ ହେଉଛି। ଏହି ସବୁ ଖଣିଜ ପଦାର୍ଥରେ ମୂଲ୍ୟ ଯୋଗ କରାଯାଇ ପାରିବ। ଏହା ହେଲେ କିଛି ବର୍ଷ ମଧ୍ୟରେ ଦେଶରୁ ଲୁହାପଥର ଅଭାବକୁ ଦୂର କରାଯାଇ ପାରିବ। ଏଭଳି ସ୍ଥିତିରେ ହେମାଟାଇଟ ଏବଂ ମ୍ୟାଗ୍ନେଟାଇଟ ବେନିଫିକେଶନ କରିବାକୁ ସେ ଗୁରୁତ୍ୱାରୋପ କରିଛନ୍ତି। ଏବେ ରାଜ୍ୟରେ ଖଣିଜ ପଦାର୍ଥ ପରିବହନ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଖଣିଜ ପଦାର୍ଥ ପରିବହନ ଲାଗି ୨୪ରୁ ୨୫% ଖର୍ଚ୍ଚ କରିବାକୁ ପଡୁଛି। ଇସ୍ପାତ ଏବଂ ସେ ସମ୍ପର୍କିତ ଉତ୍ପାଦ ପରିବହନ ଉପରୁ ଟାରିଫ ହ୍ରାସ କରିବା ଲାଗି ସେ ସରକାରଙ୍କୁ ଅନୁରୋଧ କରିଛନ୍ତି। ବନ୍ଦରଗୁଡିକରେ ଭିଡ ଲାଗି ରହୁଥିବାରୁ ୫ରୁ ୧୦ କିମି ମଧ୍ୟରେ କଣ୍ଟେନର ଡିପୋ ସ୍ଥାପନ, ସ୍ଲରି ପାଇପଲାଇନ ବିଛାଇବା, ଖଣି କାର୍ଯ୍ୟରେ ଡ୍ରୋନ ଏବଂ ଟେଲିମେଟ୍ରି ବ୍ୟବହାର ଉପରେ ଯୋର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri