ଉଗ୍ରତାରା ଛକରୁ ଲୁଟ୍‌ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍‌ ଦିଲ୍ଲୀରୁ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍‌ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ୧୦ଲକ୍ଷ ଟଙ୍କା ମଧ୍ୟ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମଧ୍ୟପ୍ରଦେଶ ଇନ୍ଦୋର ଚନ୍ଦନନଗର ଥାନା ସେକ୍ଟର ବି ଅଞ୍ଚଳର ଅମିତ ଚୋପ୍ରା, ଭବରକୁଆ କୌଶଲ୍ୟାପୁରୀ ନେମ୍ବାର ରୋଡ୍‌ ଅଞ୍ଚଳର ଅମିତ ଚୌଧୁରୀ। ଏ ନେଇ ଖୋର୍ଦ୍ଧା ଏସ୍‌ପି ଅଜେୟ ପ୍ରସାଦ ସ୍ବାଇଁ ବୁଧବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଏସ୍‌ପିଙ୍କ ସୂଚନାନୁଯାୟୀ, ଗତ ନଭେମ୍ବର ୪ ସନ୍ଧ୍ୟାରେ ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ହାଇଦ୍ରାବାଦରୁ କୋଲକାତା ଯାଉଥିବା ଜିଓଫାଷ୍ଟ କଣ୍ଟେନରରୁ ୧ କୋଟି ୪୭ ଲକ୍ଷ ୪୦ହଜାର ମୂଲ୍ୟର ୩୯୦ କାର୍ଟୁନ ସିଗାରେଟ୍‌ ଲୁଟ ହୋଇଥିଲା। ଲୁଟେରାମାନେ କଣ୍ଟେନର ଆଗରେ ୧୦ ଚକିଆ ଟ୍ରକ ରଖି ଡ୍ରାଇଭର, କଣ୍ଟେନର ସହ ସିଗାରେଟ ବୋଝେଇ ଟ୍ରକ୍‌ ଲୁଟ କରି ନେଇଯାଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୋଲିସ ୩୯୫/୧୯ରେ ମାମଲା ରୁଜୁ କରି ତଦନ୍ତ କରୁଥିଲା। ପରେ ଏସ୍‌ଡିପିଓ ବାଲୁଗାଁ, ଟାଙ୍ଗୀ ଥାନା ଆଇଆଇସି ଓ ସାଇବର କନଷ୍ଟେବଳ ପ୍ରମୁଖ ଦିଲ୍ଲୀ ଯାଇ ଚୋରା ସିଗାରେଟ ଜବତ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri