ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶନାମା ନାହିଁ : ଅଙ୍ଗନୱାଡି କର୍ମୀଙ୍କ ସର୍ଭେ କାର୍ଯ୍ୟକୁ ନେଇ ଉତ୍ତେଜନା

ରଣପୁର,୧୭ା୫(ସ୍ବ.ପ୍ର.)-ରଣପୁର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ତରଫରୁ ଗୁରୁବାର ବ୍ଲକ ପରିସରସ୍ଥ ସଭାଗୃହରେ ସମସ୍ତ ଅଙ୍ଗନୱାଡି କର୍ମୀଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଏହି ବୈଠକରେ ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶନାମା ନ ଥାଇ କର୍ମୀମାନଙ୍କୁ ଗ୍ରାମ ଗ୍ରାମ ବୁଲି ସର୍ଭେ କରିବାକୁ ସିଡିପିଓ କହିବାରୁ ଉତ୍ତେଜନାମୟ ପରିସ୍ଥିତି ଓ ପାଟିତୁଣ୍ଡ ହୋଇଥିଲା । ସର୍ଭେ ପାଇଁ କର୍ମୀମାନେ ପ୍ରସ୍ତୁତ ଥିବା କହି ସେମାନେ ଜିଲାସ୍ତରୀୟ ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶପତ୍ର ମାଗିଥିଲେ। ହେଲେ ରଣପୁର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ତରଫରୁ ଏହି ନିର୍ଦ୍ଦେଶନାମାପତ୍ର କେହି ଦେଖାଇପାରି ନ ଥିଲେ। ଫଳରେ ବୈଠକରେ ଉପସ୍ଥିତ କିରାଣି ଓ ରଣପୁର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ କର୍ମୀମାନେ ଘେରିଯାଇଥିଲେ। ସୂଚନାଯୋଗ୍ୟ, ଫନୀ ପ୍ରଭାବରେ ନୟାଗଡ ଜିଲା ରଣପୁର ବିଜ୍ଞାପିତ ଅଞ୍ଚଳ ସହିତ ୩୭ ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଶନ କାର୍ଡ ନ ଥିବା ପରିବାରକୁ ଚିହ୍ନଟ କରି ସେମାନଙ୍କ ନାମ ତାଲିକା ପ୍ରସ୍ତୁତ କରିବା ପାଇଁ ୬୦୦ ଅଙ୍ଗନୱାଡି କର୍ମୀଙ୍କୁ ସିଡିପିଓ କହିଥିଲେ। ତେବେ ସର୍ଭେ ପାଇଁ ଜିଲା ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶନାମା ସିଡିପିଓ ଦେଖାଇ ନ ପାରିବାରୁ କର୍ମୀମାନେ ବିରୋଧ କରିଥିଲେ । ଘର ଘର ବୁଲି କର୍ମୀମାନେ ତାଲିକା ପ୍ରସ୍ତୁତ କଲାବେଳେ ଯଦି ଭୁଲ୍‌ରେ କୌଣସି ବ୍ୟକ୍ତିଙ୍କ ନାମ ଛାଡି ଦିଅନ୍ତି ତେବେ ଏମାନେ ସେହି ବ୍ୟକ୍ତିଙ୍କ ଆକ୍ରୋଶ ବା କ୍ରୋଧର ଶିକାର ହୋଇଥାନ୍ତିି। ସେଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଇଁ ଉଚ୍ଚ ଅଧିକାରୀଙ୍କ ନିଦ୍ଦେଶାନାମାପତ୍ର ଜରୁରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri