ଉଚ୍ଚ ଟିକସ ପ୍ରସଙ୍ଗ ପୁଣି ଉଠାଇଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୨-୨: ଭାରତ ଆମେରିକା ସାମଗ୍ରୀ ଉପରେ ବୃହତ୍‌ ପରିମାଣର ଟିସକ ଲାଗୁ କରୁଥିବାରୁ ଏହା ଦ୍ୱାରା ବାଣିଜ୍ୟ ପ୍ରଭାବିତ ହେଉଛି ବୋଲି ଭାରତ ଗସ୍ତ ପୂର୍ବରୁ ୟୁଏସ୍‌ ରାଷ୍ଟ୍ରପତି ଡୋନାଲ୍ଠ ଟ୍ରମ୍ପ ଶୁକ୍ରବାର କହିଛନ୍ତି। ଭାରତରେ ଆମେରିକା ପ୍ରଡକ୍ଟର ବିକ୍ରି ବୃଦ୍ଧି କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବେ ବୋଲି ଟ୍ରମ୍ପ କହିଛନ୍ତି। ଚଳିତ ମାସ ୨୪ ଏବଂ ୨୫ରେ ଟ୍ରମ୍ପ ଭାରତ ଗସ୍ତ କରୁଛନ୍ତି। ବାଣିଜ୍ୟ ସ୍ଥିତିକୁ ନେଇ ମୋଦିଙ୍କ ସହ ଆଲୋଚନା କରାଯିବ ବୋଲି କଲରାଡୋଠାରେ କିପ୍‌ ଆମେରିକା ଗ୍ରେଟ୍‌ କାର୍ଯ୍ୟକ୍ରମରେ ତାଙ୍କ ପ୍ରଶଂସଙ୍କୁ ଟ୍ରମ୍ପ କହିଥିଲେ। ଭାରତ ଆମେରିକା ପ୍ରଡକ୍ଟ ଉପରେ ସର୍ବାଧିକ ଟାରିଫ ଲଗାଉଛି। ଏହା ଦ୍ୱାରା ଆମେରିକା ପ୍ରଡକ୍ଟ ଉପରେ ଏହାର ବୋଝ ପଡୁଛି। ଏହା ଦ୍ୱାରା ବାଣିଜ୍ୟ ସର୍ବାଧିକ ପ୍ରଭାବିତ ହେଉଥିବା ସେ ମତ ପ୍ରକାଶ କରିଛନ୍ତି। ଟ୍ରମ୍ପଙ୍କ ଗ୍ରସ୍ତ ସମୟରେ ଭାରତ ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଆଲୋଚନା ଏବଂ ଚୁକ୍ତି ହେବାର ମଧ୍ୟ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri