Posted inଖେଳ

ଉଚ୍ଚତା ଯୋଗୁ କ୍ରିକେଟ ପ୍ରଶଂସକଙ୍କୁ ମିଳିଲା ନାହିଁ ରୁମ୍‌

ଲକ୍ଷ୍ନୌ,୬।୧୧- ଉତ୍ତରପ୍ରଦେଶ ରାଜଧାନୀଠାରେ ଆଫଗାନିସ୍ତାନ କ୍ରିକେଟ ପ୍ରଶଂସକଙ୍କୁ ଭିନ୍ନ କାରଣରୁ ହଇରାଣ ହେବାକୁ ପଡ଼ିଛି। ସ୍ଥାନୀୟ ଭାରତରତ୍ନ ଅଟଳ ବିହାରୀ ବାଜେପେୟୀ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ ଦେଖିବା ପାଇଁ ଆଫଗାନିସ୍ତାନର ଜଣେ ପ୍ରଶଂସକ ଶେର ଖାନ ଲକ୍ଷ୍ନୌ ଆସିଥିଲେ। ଉତ୍ତରପ୍ରଦେଶ ରାଜଧାନୀଠାରେ ଥିବା ବିଭିନ୍ନ ହୋଟେଲ ବାହାରେ ବୁଲୁ ଥିବାର ତାଙ୍କୁ ଦେଖିବାକୁ ମିଳିଥିଲା। ଏଥିଯୋଗୁ ସ୍ଥାନୀୟ ଲୋକେ ତାଙ୍କ ଉପରେ ସନ୍ଦେହ ହେବାରୁ ପୋଲିସ ଡକାଇଥିଲା। ତେବେ ୮ ଫୁଟ ୩ ଇଞ୍ଚ ଉଚ୍ଚତା ଯୋଗୁ ତାଙ୍କୁ କୌଣସି ହୋଟେଲରେ ରୁମ୍‌ ମିଳି ନ ଥିଲା। ପୋଲିସ ସମସ୍ତ ଡକ୍ୟୁମେଣ୍ଟ ଯାଞ୍ଚ କରିବା ପରେ ଶେର ଖାନଙ୍କୁ ସାହାଯ୍ୟ କରିଥିଲା। ଏ ସମ୍ପର୍କରେ ଏଏସ୍‌ପି ପଶ୍ଚିମ ବିକାଶ ଚନ୍ଦ୍ର ତ୍ରିପାଠି କହିଛନ୍ତି, ଆଫଗାନିସ୍ତାନ ବାସିନ୍ଦା ଶେର ଖାନଙ୍କ ଉଚ୍ଚତା ୮ ଫୁଟ ୩ ଇଞ୍ଚ। ତାଙ୍କର ଉଚ୍ଚତା ଓ ଭେଷଭୁଷା ଦେଖି କୌଣସି ହୋଟେଲବାଲା ରୁମ୍‌ ଦେଇ ନ ଥିଲେ। ତାଙ୍କର ସମସ୍ତ ଡକ୍ୟୁମେଣ୍ଟ ଠିକ୍‌ ଥିବାରୁ ପୋଲିସ ତରଫରୁ ଚାରବାଗ ଅଞ୍ଚଳରେ ଏକ ରୁମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri