ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମାନସମନ୍ଥନ କାର୍ଯ୍ୟକ୍ରମ:ନାଗରିକ କୈନ୍ଦ୍ରିକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟର ଜନସାଧାରଣଙ୍କ ନିକଟରେ ପ୍ରଶାସନ ଉତ୍ତରଦାୟୀ। ନାଗରିକ କେନ୍ଦ୍ରିକ ପ୍ରଶାସନ ପାଇଁ ସମସ୍ତ ଉଦ୍ୟମ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି। ସଚିବାଳୟରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ସମସ୍ତ ବିଭାଗୀୟ ସଚିବ, ଜିଲାପାଳ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ସହ ହୋଇଥିବା ମାନସମନ୍ଥନ(ବ୍ରେନଷ୍ଟ୍ରୋମିଂ) କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ଏହି କଥା କହିଛନ୍ତି। ବିଗତ ଦିନଗୁଡିକରେ ୩ଟି ପ୍ରମୁଖ କ୍ଷେତ୍ରରେ ରାଜ୍ୟରେ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ଏହି ଅବସରରେ ୫-ଟି ମନ୍ତ୍ରକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।
ସବୁ କାର୍ଯ୍ୟରେ ବୈଷୟିକ ବିଦ୍ୟା, ସ୍ବଚ୍ଛତା, ଦଳଗତ କାର୍ଯ୍ୟ, ସମୟାନୁବର୍ତ୍ତିତା, ପରିବର୍ଦ୍ଧିତ ପଦକ୍ଷେପ ହିଁ ସଫଳତା ଦେଇଥାଏ। ତେଣୁ ଏହି ୫ଟିକୁ ସମସ୍ତେ ଧ୍ୟାନ ରଖି କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଅତୀତରେ ଏହି ୫-ଟି ମନ୍ତ୍ର ହିଁ ରାଜ୍ୟକୁ ସଫଳତା ଦେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମତଃ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା, ଦ୍ୱିତୀୟରେ ବସ୍ତିବାସିନ୍ଦାଙ୍କୁ ଜମି ଅଧିକାର ଦେବା ଏବଂ ତୃତୀୟତଃ ମାଓବାଦୀ କାର୍ଯ୍ୟକ୍ରମ ହ୍ରାସ କରିବା କ୍ଷେତ୍ରରେ ରାଜ୍ୟ ଉଦାହରଣ ସୃଷ୍ଟି କରିଛି। ଏଥିପାଇଁ ସାରା ଦେଶରେ ଓଡ଼ିଶା ପ୍ରଶଂସା ପାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଶାସନିକ ଅଧିକାରୀଙ୍କୁ ଅଧିକ ଉତ୍ତରଦାୟୀ କରିବା ପାଇଁ ସେମାନଙ୍କ କାର୍ଯ୍ୟର ସମୀକ୍ଷା କରାଯିବ। ଏଣିକି ସମସ୍ତ ଜିଲାର ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ପିସିସିଏଫ୍‌ ପାହ୍ୟା ପର୍ଯ୍ୟନ୍ତ କାର୍ଯ୍ୟରତ ଭାରତୀୟ ଜଙ୍ଗଲ ସେବା(ଆଇଏଫ୍‌ଏସ୍‌) ଅଧିକାରୀମାନେ ନିଜର ବାର୍ଷିକ ପ୍ରଦର୍ଶନ ମୂଲ୍ୟାଙ୍କନ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିବେ। ଏହି ରିପୋର୍ଟଗୁଡିକକୁ ତର୍ଜମା କରାଯିବା ସମୟରେ ୫-ଟି ମନ୍ତ୍ର କାର୍ଯ୍ୟକାରିତା ନେଇ ୨୦ ପ୍ରତିଶତ ନମ୍ବର ରହିବ। ସେହିଭଳି ବିଭିନ୍ନ ନିର୍ଦ୍ଦେଶାଳୟ ଗୁଡିକରେ ନିଷ୍ପତ୍ତି ନେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ନେଇ ମଧ୍ୟ ଗୁରୁତ୍ୱ ଦିଆଯାଇଛି।
ପୂର୍ତ୍ତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶକ୍ତି, ଉଚ୍ଚଶିକ୍ଷା, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ମଧ୍ୟ ନୂତନ ପଦ୍ଧତିରେ ୫-ଟି ମନ୍ତ୍ର କିପରି ଲାଗୁ ହେବ, ସେ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri