ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ ଉକ୍ତ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ୍‌ ଏବଂ କର୍ମଚାରୀମାନଙ୍କ ଉପସ୍ଥାନ ଯାଞ୍ଚ କରିଥିଲେ ା ପ୍ରତି ସପ୍ତାହରେ ବାୟୋମେଟ୍ରିକ୍‌ ଯାଞ୍ଚ କରାଯାଉଛି ନା ନାହିଁ ଏ ବିଷୟରେ ମନ୍ତ୍ରୀ ପଚାରି ବୁଝିଥିଲେ ା କର୍ମଚାରୀମାନଙ୍କ ସହିତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫‘ଟି’ ସୂତ୍ରକୁ ଅଗ୍ରାଧିକାର ଭିିତ୍ତିରେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଛନ୍ତି ା କର୍ମଚାରୀମାନେ ସମୟାନୁବର୍ତ୍ତୀ ହୋଇ ଠିକ୍‌ ସମୟରେ କାର୍ଯ୍ୟାଳୟ ଆସିବା ପାଇଁ ସେ କହିଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରତ୍ୟେକ ଫାଇଲ କାର୍ଯ୍ୟ ଶେଷ କରିବା ଉପରେ ମଧ୍ୟ ସେ ଗୁରୁତ୍ବ ଦେଇଛନ୍ତି ା କର୍ମଚାରୀମାନେ ସେମାନଙ୍କ ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତା ବଳରେ ରାଜ୍ୟର ପ୍ରଗତିରେ ଭାଗୀଦାର ହେବାକୁ ମନ୍ତ୍ରୀ ସାହୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri