ଉଚ୍ଚଶିକ୍ଷା ବିଭାଗର କଡ଼ା ନିଷ୍ପତ୍ତି:କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେଶିିନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):କାର୍ଯ୍ୟରେ ଠକୁଥିବା କର୍ମଚାରୀଙ୍କ ପାଇଁ ଉଚ୍ଚଶିକ୍ଷା ବିଭାଗ କଡ଼ା ନିଷ୍ପତ୍ତି ନେଇଛି। କର୍ମଚାରୀମାନେ ଆଉ ଅଳ୍ପ ସମୟ କାମ କରି ପଳାଇ ଯାଇପାରିବେ ନାହିଁ। କାରଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟର୍‌ ସିଷ୍ଟମ୍‌ ଲାଗିବ। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି କରାଯାଇଛି। କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ମେଶିନ୍‌ରେ ନିଜର ଉପସ୍ଥାନ ପକାଇବେ। ଏହି ମେସିନରେ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ନ ହେଲେ ଅନୁପସ୍ଥିତ ବୋଲି ବିବେଚନା କରାଯିବ। ଶତ ପ୍ରତିଶତ ଉପସ୍ଥାନ ପାଇଁ ଉଚ୍ଚଶିକ୍ଷା ବିଭାଗ ଏଭଳି ନିୟମ ଆପଣେଇଛି। କର୍ମଚାରୀ ମେଶିନରେ ଆଙ୍ଗୁଠି ଛାପ ଦେଇ ‘ଅଫିସ ଇନ୍‌’ ଓ ‘ଅଫିସ ଆଉଟ୍‌’ କରିବେ। ନିୟମାନୁସାରେ, ପ୍ରତିଦିନ କର୍ମଚାରୀମାନେ ସକାଳ ୧୦ଟାରେ ଅଫିସରେ ପହଞ୍ଚତ୍ୟିବେ। ତେବେ ବିଭିନ୍ନ ସ୍ଥିତିକୁ ନଜରରେ ରଖି ଅଧ ଘଣ୍ଟା ରିହାତି ରଖାଯାଇଛି। ଅର୍ଥାତ୍‌ ପ୍ରତିଦିନ ୧୦ଟାରୁ ସାଢ଼େ ୧୦ଟା ଭିତରେ କର୍ମଚାରୀମାନେ ଅଫିସରେ ପହଞ୍ଚତ୍ବେ। ସାଢ଼େ ସାତ ଘଣ୍ଟା ହିସାବ କରି ସେମାନେ ଅଫିସ ଛାଡ଼ିପାରିବେ। ୧୦ଟା ୩୦ ପରେ ଓ ୧୧ଟା ପୂର୍ବରୁ ପଞ୍ଚ ଇନ୍‌ କଲେ ଲେଟ୍‌ ଆଟେଣ୍ଡାନ୍ସ ଭାବେ ବିବେଚନା କରାଯିବ ବୋଲି ବିଭାଗ ପକ୍ଷରୁ ସୂଚାଇ ଦିଆଯାଇଛି। ଏମିତି ହେଲେ ସମ୍ପୃକ୍ତ କର୍ମଚାରୀ କାଜୁଆଲ୍‌ ଲିଭ୍‌ ପାଇଁ ଆବେଦନ କରିବେ। ଏଭଳି ଭୁଲ୍‌ ୩ ଦିନ ଯାଏ ଗ୍ରହଣୀୟ ହେବ। ତା’ପରେ ହେଲେ ଅନୁପସ୍ଥିତି ଭାବେ ବିଚାର କରାଯିବ। ବିଭାଗ ନିର୍ଦ୍ଦେଶ ଅନୁସାରେ, ସାଢ଼େ ୭ଘଣ୍ଟା କାର୍ଯ୍ୟ କଲେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ। ଯଦି କେହି ୪ଘଣ୍ଟାରୁ ଅଧିକ, କିନ୍ତୁ ସାଢ଼େ ୭ଘଣ୍ଟାରୁ କମ୍‌ କାର୍ଯ୍ୟ କରିବେ ତେବେ ସେମାନଙ୍କର ହାଫ୍‌ ଡେ’ ଲିଭ୍‌ ପଡ଼ିବ। ଯଦି କେହି ୪ଘଣ୍ଟାରୁ କମ୍‌ କାର୍ଯ୍ୟ କରିବେ, ତେବେ ସେହିଦିନ ସେ ଅନୁପସ୍ଥିତ ବୋଲି ଗଣାଯିବ। ସେହିଭଳି ଦିନ ୧୧ଟା ପରେ ଆଟେଣ୍ଡାନ୍ସ ପଡ଼ିଲେ ଛୁଟି ବୋଲି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri