ଉଚ୍ଚଶିକ୍ଷା ବିଭାଗରେ ୫-ଟି କଡ଼ାକଡ଼ି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମକୁ କଡ଼ାକଡ଼ି ଲାଗୁ କରାଯିବ। ଅଧ୍ୟାପକ ଏବଂ ଛାତ୍ରୀଛାତ୍ରଙ୍କ ଉପସ୍ଥାନକୁ ଗୁରୁତ୍ୱ ଦିଆଯିବ। ଅଧ୍ୟାପକ ଉପସ୍ଥାନ ରେକର୍ଡ ପାଇଁ ବାୟୋମେଟ୍ରିକ୍‌ ପଦ୍ଧତି ବ୍ୟବହାର କରାଯିବ। ସେହିପରି କାର୍ଯ୍ୟଦିବସରେ ଶିକ୍ଷାନୁଷ୍ଠାନରେ ୭ ଘଣ୍ଟା ସମୟ ଦେବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ସମସ୍ତ କଲେଜର ଉନ୍ନତୀକରଣ ପାଇଁ ପୁରାତନ ଛାତ୍ରୀଛାତ୍ରଙ୍କ ସହଯୋଗରେ ‘ମୋ କଲେଜ’ କ୍ୟାମ୍ପେନ୍‌ କରାଯିବ। ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ, ମେଧାବୃତ୍ତି ପ୍ରଦାନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ। ସର୍ବୋପରି ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ଯଥେଷ୍ଟ ଗୁରୁତ୍ୱ ଦିଆଯିବ। ନିକଟରେ ବିଭିନ୍ନ ସଂସ୍କାର ନେଇ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି। ଠିକ୍‌ ସମୟରେ ପରୀକ୍ଷା ଏବଂ ଫଳାଫଳ ପ୍ରକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ମେଧାବୃତ୍ତି ପ୍ରଦାନରେ ସ୍ବଚ୍ଛତା ଏବଂ ପୂର୍ବାପେକ୍ଷା ଅଧିକ ସୁବ୍ୟବସ୍ଥିତ କରିବା ପାଇଁ ସ୍ବତନ୍ତ୍ର ପରିଷଦ ଗଠନର ମଧ୍ୟ ପ୍ରସ୍ତାବ ରହିଛି। ଏହିପରି ଭାବେ ବିଭାଗ ପକ୍ଷରୁ ୧୭ ସୂତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଖୁବ୍‌ଶୀଘ୍ର ଆନୁଷ୍ଠାନିକ ଭାବେ ଉଚ୍ଚଶିକ୍ଷା ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନସ୍ଥ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri