ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ ବ୍ୟବସାୟୀ, ଥଇଥାନ କରା ନ ଗଲେ ଆନ୍ଦୋଳନ ଚେତାବନୀ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯିବା ନେଇ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃୟାରୀ ୧୦ତାରିଖ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀମାନଙ୍କୁ ନୋଟିସ ଜାରି କରିଥିଲା। ମାର୍ଚ୍ଚ ମାସରେ ଐତିହାସିକ ଦୋଳ ଯାତ୍ରା ଯୋଗୁ ବଣିକ ସଂଘ ଅନୁରୋଧ କ୍ରମେ ତାହା ଯାତ୍ରା ସରିବା ପରେ ଅର୍ଥାତ ମାର୍ଚ୍ଚ ୧୧କୁ ଧାର୍ଯ୍ୟ କରାଯାଇଥିଲା। ସେଥିଲାଗି ଉଚ୍ଛେଦ ପୂର୍ବରୁ ବ୍ୟବସାୟୀମାନେ ନିଜ ନିଜ କ୍ୟାବିନ୍‌ ହଟାଇବା ସହ ଦୋକାନ ଆଗରେ ଥିବା ଛାମୁଡ଼ିଆଗୁଡିକୁ ଭାଙ୍ଗୁଥିବା ଦେଖିବାକୁ ମିଳିଛି। ବ୍ୟବସାୟୀମାନେ ଦେଇଥିବା ପ୍ରତିଶ୍ରୁତି ପାଳନ କରିଥିବା ବେଳେ ପ୍ରଶାସନର ପ୍ରତିଶ୍ରୁତି କାର୍ଯ୍ୟକାରୀ ହୋଇ ନ ଥିବା ବଣିକ ସଂଘ ପକ୍ଷରୁ କୁହାଯାଇଛି। ଉଠା ଦୋକାନୀ ତଥା କ୍ଷୁଦ୍ର ବ୍ୟବସାୟୀଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ୍‌ ନିର୍ମାଣ କରାଯାଇ ଥଇଥାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଭେଣ୍ଡିଂ ଜୋନ୍‌ ନିର୍ମାଣ ତ ଦୂର ର କଥା ଏଯାଏ ସ୍ଥାନ ଚି଼ହ୍ନଟ କାର୍ଯ୍ୟ ସରିନି। ସେଥିପାଇଁ ଅଡୁଆରେ ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀ। ଖୁବ୍‌ଶୀଘ୍ର ଥଇଥାନ ବ୍ୟବସ୍ଥା କରା ନ ଗଲେ ବଣିକ ସଂଘ ଆନ୍ଦୋଳନକୁ ଓଲ୍ହାଇବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri