ଉଛୁଳିଲା ଗମ୍ଭାରିଆ ଯୋର

ପରଜଙ୍ଗ, ୨୪।୮(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି। ଶୁକ୍ରବାର ଯୋର ନିକଟ ରାସ୍ତାରେ ୫ ଫୁଟର ପାଣି ପ୍ରବାହିତ ହୋଇଥିଲା। ଏହାକୁ ନେଇ ଯାତାୟାତ ପ୍ରଭାବିତ ହୋଇଥିଲା।
୫୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ କୁଲେଇ ଗ୍ରାମବାସୀଙ୍କ ଦୁଃଖ ପାଲଟିଛି ଗମ୍ଭାରିଆ ଯୋର। ବର୍ଷାଦିନ ଆସିଲେ ଅଞ୍ଚଳବାସୀ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ୧୪୯ନଂ. ଜାତୀୟ ରାଜପଥରୁ କୁଲେଇ ଗ୍ରାମକୁ ଯାତାୟାତ କରିବାକୁ ରାସ୍ତା ରହିଛି। ଲଗାଣ ବର୍ଷା ହେଲେ ଯୋର ଉପରମୁଣ୍ଡରୁ ପ୍ରବଳ ସ୍ରୋତ ମାଡ଼ି ଆସୁଛି। ରାସ୍ତାଟି ଅଳ୍ପ ଉଚ୍ଚତାରେ ଥିବାରୁ ଏହା ଉପର ଦେଇ ପାଣି ପ୍ରବାହିତ ହେଉଛି। ସମସ୍ୟା ଏତିକିରେ ସରୁନାହିଁ। ତୀବ୍ର ସ୍ରୋତ ଯୋଗୁ ପ୍ରତିବର୍ଷ ରାସ୍ତାରୁ ମୋରମ ଉଠିଯାଇ କ୍ଷତିଗ୍ରସ୍ତ ହେଉଛି। ରେଙ୍ଗାଳି ମୁଖ୍ୟ ବାମକେନାଲ ରାସ୍ତାକୁ ଗ୍ରାମବାସୀ ବିକଳ୍ପ ଭାବେ ବ୍ୟବହାର କରୁଥିଲେ ମଧ୍ୟ ଏଥିପାଇଁ ୫ କିମି ଅଧିକ ବୁଲାଣି ପଡୁଛି। ଯୋର ସଂଲଗ୍ନ ରାସ୍ତାରେ ଏକ ପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଏ ନେଇ ସମିତିସଭ୍ୟ ଅଶୋକ ଜେନା କୁହନ୍ତି, ସମସ୍ୟା ସମ୍ପର୍କରେ ପ୍ରଶାସନ ଅବଗତ ଅଛି। ହେଲେ ଆନ୍ତରିକତା ଅଭାବରୁ ଏହାର ସମାଧାନ ହୋଇପାରୁନାହିଁ। ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା କୁହନ୍ତି, ଯୋର ନିକଟରେ ବିଜୁ ସେତୁ ଯୋଜନାରେ ବ୍ରିଜ୍‌ ତିଆରି କରିବାକୁ ଯୋଜନା ରହିଛି। ଏ ନେଇ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri