ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି

ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର ଭାର୍ଗବୀ ନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ଏହା ଉଚ୍ଛୁଳିଛି। ଏହାକୁ ନେଇ ଜିଲାର ନଦୀକୂଳିଆ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଅନେକ ତଳିଆ ଅଞ୍ଚଳରେ ପାଣି ପଶିଛି। ପୁରୀ ସଦର ବ୍ଲକ ଅନ୍ତର୍ଗତ ବାଟଗଁ। -ଉତ୍ତରକୋଣା ରାସ୍ତା ଉପରେ ୨ ଫୁଟ ଉଚ୍ଚର ବନ୍ୟା ପାଣି ପ୍ରବାହିତ ହେଉଥିବା ବେଳେ ଏକାଧିକ ସ୍ଥାନରେ ଘାଇ ହୋଇଛି। ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ବିଭିନ୍ନ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବେଳେ ରାତିରେ ପାଣି ବଢିବା ଆଶଙ୍କା କରି ଲୋକେ ଭୟଭୀତ ହୋଇପଡିଛନ୍ତି। ଏକାଧିକ ଗଁ। ର ଲୋକେ ରାସ୍ତା ଉପରେ ଆସି ଆଶ୍ରୟ ନେଇଛନ୍ତି। ଶୁକ୍ରବାର ପ୍ରଶାସନ ପକ୍ଷରୁ ୧୫୦ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।
ଭାର୍ଗବୀର ଜଳସ୍ତର ବୃଦ୍ଧି ପାଇଥିବାରୁ ପୁରୀ ସଦର ବ୍ଲକର ବାଟଗଁ। -ଉତ୍ତରକୋଣା ରାସ୍ତାର ନୂଆଗଁ। ଠାରେ ଥିବା କଲଭର୍ଟ ଉପରେ ୨ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ଏକପ୍ରକାର ବନ୍ଦ ରହିଛି। ଉତ୍ତରକୋଣା ଗଁ। ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇପଡିଛି। ଏହି ଗଁ। ରେ ପ୍ରାୟ ୩୦୦ ଲୋକ ରହୁଛନ୍ତି। ଏଠାରେ ବୋଟ ସହିତ ଗୋଟିଏ ଟିମ୍‌ ଓଡ୍ରାଫ୍‌ ପହଞ୍ଚତ୍ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେଉଛନ୍ତି। ଏତଦ୍‌ବ୍ୟତୀତ ସମଙ୍ଗ ପଞ୍ଚାୟତର ତଳିଆ ଅଞ୍ଚଳ ସହିତ ତଳଜଙ୍ଗ ପଞ୍ଚାୟତର ତଳଜଙ୍ଗ, ଡିହସାହି, ନଈକୂଳ ସାହି, ଅପନ୍ତରା, ଗାଦିସାହି ପାଣି ଘେରରେ ରହିଛି। ଏହି ଗଁ। ଗୁଡ଼ିକର ଲୋକେ ଆତଙ୍କିତ ହୋଇପଡିଛନ୍ତି। ସେହିପରି ଗୋପୀନାଥପୁର ନୂଆସାହି, ମୁକୁନ୍ଦ ମିଶ୍ର ନଗର ଭଳି ତଳିଆ ଅଞ୍ଚଳରେ ପାଣି ପଶିଛି। ତଳଜଙ୍ଗରୁ ୧୦୧ ଏବଂ ଉତ୍ତରକୋଣାରୁ ୪୮ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ପୁରୀ ଓ ନିମାପଡ଼ା ଜଳ ସେଚନ ଡିଭିଜନର ରଥପୁରୁଷୋତ୍ତମପୁର, ଜମାରସୁଆଁ, ବାଲିଆ ଓ ସୁଆଣ୍ଡୋ ପ୍ରଭୃତି ସ୍ଥାନ ଅଧିକ ସମ୍ବେଦନଶୀଳ ଥିବାରୁ ଏହା ଉପରେ ସତର୍କ ଦୃଷ୍ଟି ରଖାଯାଇଛି। ପର୍ଯ୍ୟାପ୍ତ ବାଲିବସ୍ତା ଓ ଝାଉଁ ବହ୍ଲା ପ୍ରସ୍ତୁତ ରଖାଯାଇଛି। ଅନ୍ୟପକ୍ଷରେ ପିପିଲି କଣ୍ଟିଂରୁ ସକାଳେ ୪୦ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯାଇଥିଲା। ହେଲେ ସନ୍ଧ୍ୟାରେ ସେମାନେ ଘରକୁ ଫେରିଥିବା ଜଣାପଡିଛି। ଭାର୍ଗବୀ ନଦୀର ଶାଖା କାଞ୍ଚତ୍ ନାଳରେ ପାଣି ପ୍ରବାହିତ ସମୟରେ ଆଖୁବାରୀ ନିକଟରେ ୧୫/୨୦ ଫୁଟର ଘାଇ ହୋଇଛି। ଫଳରେ ତଳଜଙ୍ଗ ନଈକୂଳ ସାହିର ୬୦ ପରିବାର ପାଣି ଘେରରେ ଥିବାବେଳେ ତଳଜଙ୍ଗ ୟୁଥ୍‌ କ୍ଲବ ପକ୍ଷରୁ ରୋଷେଇ କରାଯାଇ ଲୋକଙ୍କୁ ଦିଆଯାଇଛି। ଅଧିକାଂଶ ଲୋକ ରାସ୍ତା ଉପରେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri