ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ

ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ ବୋତଲ, ଖାଲି ବୋତଲ, ଠିପି, ଲେବଲ, ସିଲ, ଖୋଳ, ସ୍ପିରିଟ, ଥିନର ଓ ଅନ୍ୟାନ୍ୟ ମଦ ତିଆରି ସାମଗ୍ରୀ ତଥା ଉପକରଣ ଜବତ କରିଛି। ଗ୍ରାମର ସୁନୀଲ ପୃଷ୍ଟି ଓ ସୁବାସ ପୃଷ୍ଟିଙ୍କ ଘରେ କେହି ନଥିବା ବେଳେ ତାଲା ପଡ଼ିଥିଲା । ସେଠାରେ ନକଲି ମଦ ତିଆରି ହେଉଥିବା ନେଇ ଜିଲା ଅବକାରୀ ଅଧୀକ୍ଷକ ବିଶସ୍ଥ ସୁତ୍ରରୁ ଖବର ପାଇ ଚଢ଼ାଉ ପାଇଁ ନିର୍ଦେଶ ଦେଇଥିଲେ। ତଦନୁଯାୟୀ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଗୃହକର୍ତ୍ତା ଦୁଇ ଭାଇଙ୍କ ସମେତ ପରିବାର ସଦସ୍ୟ ଫେରାର ଅଛନ୍ତି । ସେମାନଙ୍କ ଘର ନିକଟ ଏକ ଖତଖାଲରୁ ୫କି.ଗ୍ରା ଗଞ୍ଜେଇ ମଧ୍ୟ ଜବତ ହୋଇଛ। ଜବତ ସାମଗ୍ରୀ ବେତନଟୀ ଅବକାରୀ କାର୍ଯ୍ୟାଳୟକୁ ନିଆଯାଇ ଅଧିକ ତଦନ୍ତ ଜାରି ରହିଛି। ସାମଗ୍ରୀର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ବିଭାଗ ଆକଳନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri