ଉତ୍କର୍ଷ ଲାଗି ଜାରି ରହିଛି ପ୍ରଚେଷ୍ଟା: ଏଫଏମ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବ ଆଜି

ବାଲେଶ୍ୱର ଅଫିସ, ୪।୩-ବାଲେଶ୍ୱର ଜିଲା ରେମୁଣାସ୍ଥିତ ବ୍ୟାସବିହାରଠାରେ ୧୯୯୯ ଜୁଲାଇ ୧୧ରେ କଥାସମ୍ରାଟ ଫକୀରମୋହନ ସେନାପତିଙ୍କ ନାମାନୁସାରେ ପ୍ରତିଷ୍ଠା ହୋଇଥିଲା ଫକୀରମୋହନ ବିଶ୍ୱବିଦ୍ୟାଳୟ । ୨୧ ବର୍ଷରେ ପଦାର୍ପଣ କରିଥିବା ତଥା ନାକ୍‌ ମାନ୍ୟତା ପ୍ରାପ୍ତ ଏହି ବିଶ୍ୱବିଦ୍ୟାଳୟ ଏନ୍‌ଆଇଆର୍‌ଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ୧୫୧-୨୦୦ ଭିତରେ ସ୍ଥାନ ପାଇଛି। ଏହି ଶିକ୍ଷାନୁଷ୍ଠାନ ତା’ର ଦଶମ ସମାବର୍ତ୍ତନ ଉତ୍ସବ ବୁଧବାର ପାଳନ କରିବାକୁ ଯାଉଛି। ନୂଆପାଢ଼ୀ ସ୍ଥିତ ବିଶ୍ୱବିଦ୍ୟାଳୟର ନୂତନ ପରିସରରେ ଓଡ଼ିଶାର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବେଦ୍‌ ପ୍ରକାଶ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ବାଲେଶ୍ୱରର କେତେଜଣ ବୁଦ୍ଧିଜୀବୀ, ରାଜନେତା, ଖବରଦାତା ଓ ଲେଖକଙ୍କ ମିଳିତ ସହଯୋଗରେ ୧୯୭୮ ଅକ୍ଟୋବର ୨ରେ ଟାଉନହଲଠାରେ ଏହାର ଭିତ୍ତିଭୂମି ପାଇଁ ଉଦ୍ୟମ କରାଯାଇଥିଲା। ବରିଷ୍ଠ ସ୍ବାଧୀନତା ସଂଗ୍ରାମୀ ରବୀନ୍ଦ୍ର ମୋହନ ଦାସ, ବାଲେଶ୍ୱରର ବରପୁତ୍ର ମଇମୁଦ୍ଦିନ ଅହମ୍ମଦ ଓ ବରିଷ୍ଠ ଆଇନଜୀବୀ କୃଷ୍ଣ ଚରଣ ମହାନ୍ତିଙ୍କ ଅଦମ୍ୟ ପରିଶ୍ରମ ଫଳରେ ଓଡ଼ିଶାସରକାରଙ୍କ ସକାରାମତ୍କ ଦୃଷ୍ଟି ପାଇ ୧୯୯୯ରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପ୍ରଥମେ ୫ଟି ବିଭାଗକୁ ନେଇ ଉକ୍ତ ବିଶ୍ୱବିଦ୍ୟାଳୟ ଆରମ୍ଭ ହୋଇଥିବାବେଳେ ୨୦୧୮ରୁ ନିୟମିତ ନୂତନ ୧୦ଟି ବିଭାଗରେ ଶିକ୍ଷାଦାନ ଚାଲିଛି। ସେହିପରି ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗର ଛାତ୍ରୀଛାତ୍ର ଫକୀରମୋହନଙ୍କ ସମ୍ପର୍କରେ ବିଶେଷ ଅଧ୍ୟୟନ ପାଇଁ ଫକୀରମୋହନ ଷ୍ଟଡ଼ିଜକୁ ବାଧ୍ୟତାମୂଳକ କରାଯାଇଛି।
ଶିକ୍ଷା ତଥା ଆନୁଷଙ୍ଗିକ କ୍ଷେତ୍ରରେ ଉତ୍କର୍ଷ ଲାଗି ବିଶ୍ୱବିଦ୍ୟାଳୟ ପକ୍ଷରୁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି। ତେବେ ଏହି ଶିକ୍ଷାନୁଷ୍ଠାନ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରୁ, ଏହା କାମନା କରିଛନ୍ତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri