ଉତ୍ତର ଉପକୂଳ ଆଡ଼କୁ ମୁହାଁଇଲା ଲଘୁଚାପ: ୨୪ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଉତ୍ତର ଉପକୂଳ ଆଡ଼କୁ ମୁହାଁଇଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳରେ ମଧ୍ୟ ଲଘୁଚାପର ଏକ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଏକ ଟ୍ରଫ୍‌ ଲାଇନ ପୂର୍ବକେନ୍ଦ୍ର ବଙ୍ଗୀୟ ଉପକୂଳରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ଶନିବାର ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଆଦି ୬ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରବିବାର ମଧ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବରଗଡ଼ ଆଦି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ଏଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ କିଛି ଜିଲାରେ ଭୂସ୍ଖଳନ ଓ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା ଥିବାରୁ ଜିଲାପାଳମାନଙ୍କୁ ସତର୍କ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ମୁକାବିଲା ପାଇଁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାର ପୂର୍ବ ପ୍ରସ୍ତୁତି, ରନ୍ଧା ଖାଦ୍ୟ, ପାନୀୟ, ଆଲୋକ ଓ ସ୍ବାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଥିବା ରାସ୍ତାରେ ବିକଳ୍ପ ଗମନାଗମନ ସୁବିଧା ପାଇଁ ମଧ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ପାରାଦୀପରେ ସର୍ବାଧିକ ୮୧.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ଭବନୀପାଟଣା, ବାରିପଦା, ଗୋପାଳପୁର, ସୁନ୍ଦରଗଡ଼, କଟକ, କେନ୍ଦୁଝର, ଝାରସୁଗୁଡ଼ା, ବାଲେଶ୍ୱର, ଭୁବନେଶ୍ୱର ଓ ପୁରୀ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।
ଲଗାଣ ବର୍ଷାରେ ଗଞ୍ଜାମ ଓ କନ୍ଧମାଳ ଜିଲା ଅଧିକ ପ୍ରଭାବିତ ହୋଇଛି। କେଉଁଠି ପୋଲ ଭାଙ୍ଗି ଯାଇଛି ତ ଆଉ କେଉଁଠି ରାସ୍ତା ଉପରେ ସୃଷ୍ଟି ହୋଇଛି କୃତ୍ରିମ ବନ୍ୟା। ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ ଗଞ୍ଜାମ ଜିଲାର ସବୁ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଜିଲାପାଳ ବନ୍ଦ ଘୋଷଣା କରିିଥିଲେ। ଆସିକା, ଧରାକୋଟ, କବିସୂର୍ଯ୍ୟନଗର, ଶେରଗଡ଼ ଆଦି ଅଞ୍ଚଳର ଚାଷ ଜମି ଜଳମଗ୍ନ ହେବା ସହ ପରିବା ଚାଷ ମଧ୍ୟ ନଷ୍ଟ ହୋଇଯାଇଛି। ଆସ୍‌କା ସହରର ଉଭୟ ପଟେ ଥିବା ଋ଼ଷିକୁଲ୍ୟା ଓ ବଡ଼ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କବିସୂର୍ଯ୍ୟନଗର ଧନେଇ ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ଧରାକୋଟ ଶ୍ରଦ୍ଧାପୁର ଜାତୀୟ ରାଜପଥରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ସେହିପରି ହିଞ୍ଜିଳି, ଚିପିିଲିମା, ଶିଆଳିଆ ଆଦି ସ୍ଥାନରେ ନଦୀ ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି।
ଅନ୍ୟପଟେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଲମତାପୁଟ ଅଞ୍ଚଳରେ ଥିବା ମାଛକୁଣ୍ଡ ନଦୀର ଜଳସ୍ତର ବିପଦ ସଙ୍କେତ ଟପିଛି। ମାଛକୁଣ୍ଡର ଜଲାପୁଟ ଡ୍ୟାମ୍‌ରେ ୮ଟିରୁ ୩ଟି ଗେଟ୍‌ ଖୋଲା ଯାଇଛି। ଶୁକ୍ରବାର ୨୨ରୁ ୨୩ ହଜାର କ୍ୟୁସେକ୍‌ ଜଳ ଡ୍ୟାମ୍‌ ଭିତରକୁ ପ୍ରବେଶ କରୁଥିବାବେଳେ ୧୨ ହଜାର କ୍ୟୁସେକ୍‌ ନିଷ୍କାସିତ ହେଉଛି। ଇନ୍ଦ୍ରାବତୀ ଡ୍ୟାମ୍‌ରେ ୨ଟି ଓ ମୁରାନ୍‌ ଡ୍ୟାମ୍‌ରେ ୨ଟି ଗେଟ୍‌ ଖୋଲା ଯାଇଛି। ସେହିପରି ହୀରାକୁଦ ଡ୍ୟାମ୍‌ରେ ବର୍ତ୍ତମାନ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri