ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ବନ୍ଦକରି ଆନ୍ଦୋଳନ କରିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। କିଛିଦିନ ତଳେ ଏହି ଫି’ ବୃଦ୍ଧିକୁ ବିରୋଧ କରି ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲେ। ମାତ୍ର କର୍ତ୍ତୃପକ୍ଷ କିଛି ପଦକ୍ଷେପ ନେଇ ନ ଥିଲେ। ଗତ ଶନିବାର ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟର ମୁଖ୍ୟ ଗେଟ୍‌ ବନ୍ଦକରି ଆନ୍ଦୋଳନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପୋଲିସ ଅଧିକାରୀବୃନ୍ଦ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରି ବୁଝାଶୁଝା କରିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା କିଛି ସମାଧାନ ହୋଇ ନ ଥିବାରୁ ସୋମବାର ପୁନର୍ବାର ସକାଳ ୧୦ଟାରୁ ମୁଖ୍ୟ ଗେଟ୍‌ ବନ୍ଦକରି ଛାତ୍ରୀଛାତ୍ର ଆନ୍ଦୋଳନ କରିଥିଲେ। ପିଜିସି ଚେୟାରମ୍ୟାନ ସୁସ୍ମିତା କର ଛାତ୍ରୀଛାତ୍ରମାନଙ୍କୁ ବୁଝାଶୁଝା କରିଥିଲେ। ପରୀକ୍ଷା ଫର୍ମ ପୂରଣ ତାରିଖ ଘୁଞ୍ଚାଇବା ସହ ପରୀକ୍ଷା ଫି’ କମ୍‌ କରିବା ପାଇଁ ବିଭାଗକୁ ଜଣାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ !


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri