ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘର ସମ୍ମିଳନୀ

ବାରିପଦା ଅଫିସ,୨୯।୭- ଉତ୍ତର ଓଡ଼ିିଶା ଯୁବ ଓ ଛାତ୍ର ସଂଘର କର୍ମକର୍ତ୍ତାଙ୍କ ଏକ ସମ୍ମିଳନୀ ବାରିପଦା ଅବସରପ୍ରାପ୍ତ କର୍ମଚାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ଉପଦେଷ୍ଟା ରବିନ୍ଦ୍ର ନାଥ ଦାଶ ଯୋଗଦେଇ ଉତ୍ତର ଓଡ଼ିଶା ଛାତ୍ର ସଂଗଠନର ମୟୂରଭଞ୍ଜରେ କାର୍ଯ୍ୟାବଳୀ ବର୍ଣ୍ଣନା କରିଥିଲେ। ସଂଘର ସାଧାରଣ ସମ୍ପାଦକ ଦୀପକ କୁମାର ମଲିକ ଆଗାମି କାର୍ଯ୍ୟପନ୍ଥା ବିଷୟରେ ଆଲୋକପାତ କରିଥିଲେ। ସଂଘର ସମ୍ପାଦକ ଆକାଶ ଚକ୍ରବର୍ତ୍ତୀ ସ୍ବାଗତ ଭାଷଣ ଓ ଉପସଭାପତି ଆଲୋକ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସମ୍ମିଳନୀରେ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସମ୍ପାଦକ ଭାବେ ଦୀନେଶ ମହାପାତ୍ର, ନଗର ସମ୍ପାଦକ ଶୁଭମ କୁମାର ସିଟ ଓ ସମୀର ନାଏକ, ନଗର ଉପସଭାପତି ଭାବେ ନିରଞ୍ଜନ ବେହେରା, ନଗର ସଭାପତି ଦେବାଶିଷ ପାଇକରାୟ, ଉପସଭାପତି ଅସିତ କୁମାର ମଲିକ, ରିତ କୁମାର ଷଡଙ୍ଗୀ ଓ ଆଲୋକ କୁମାର ପଣ୍ଡା ପ୍ରମୁଖ ନିର୍ବାଚିତ ହୋଇଛନ୍ତି। ଏହା ସହିତ ଉଦଳା ଉପଖଣ୍ଡ ପାଇଁ ସଭାପତି ଭାବେ ରାକେଶ କୁମାର ପୁହାଣ, ଉପସଭାପତି ପାର୍ଥସାରଥୀ ଜେନା, ସମ୍ପାଦକ ଭାବେ ଚିନ୍ମୟ ପଣ୍ଡା, ବଡସାହି ବ୍ଲକ ପାଇଁ ସଭାପତି ଚନ୍ଦନ ପାତ୍ର, ସାଧାରଣ ସମ୍ପାଦକ ଭାବେ ନରେଶ ବେହେରା ନିର୍ବାଚିତ ହୋଇଛନ୍ତି। ଏହି ସମ୍ମିଳନୀରେ ସମାଜସେବୀ ସୁଧାକର ନାଏକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri