ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ଧାରଣାରେ ବସିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୮ା୧୧- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପରିଚାଳନାଗତ ତ୍ରୁଟି ଯୋଗୁ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ବୁଧବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ସମସ୍ତ ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନେ ପରୀକ୍ଷା ଫି’ କମାଇବା ଦାବି ନେଇ ମୁଖ୍ୟ ଫାଟକ ବନ୍ଦ କରି ଆନ୍ଦୋଳନ କରିଥିଲେ। ଏହାର କିଛି ସମାଧାନ ନ ହେବାରୁ ଗୁରୁବାର ଛାତ୍ରୀଛାତ୍ରମାନେ ଅନିର୍ଦ୍ଦିିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଅନ୍ୟପକ୍ଷରେ କର୍ତ୍ତୃପକ୍ଷ ବାତ୍ୟା ଆଶଙ୍କା କରି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି। ଜିଲା ପ୍ରଶାସନ ବାତ୍ୟା ଯୋଗୁ କୌଣସି ପଦକ୍ଷେପ ନେଇ ନ ଥିବା ବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଜାଣି ଶୁଣି ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ଧାରଣାରତ ଛାତ୍ର ନେତା ଚିତେଶ୍ୱର ବେହେରା ଗଣମାଧ୍ୟମକୁ କହିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନଙ୍କ ପରୀକ୍ଷା ଫି’ ୭୪୦ ଟଙ୍କାରୁ ୩୯୦ ଟଙ୍କା କମା ଯାଇଥିବା ବେଳେ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ଫି’ ୭୪୦ ଟଙ୍କା ରଖା ଯାଇଛି। ଛାତ୍ରନେତା ମନୀଷ ଗିରି, ଆକାଶ ମହାନ୍ତି, ଅସଲାମ ମହମ୍ମଦ, ଲୋକନାଥ ମହାନ୍ତ, ରାଜେଶ ସାହୁ, ରାଜକିଶୋର ସ୍ବାଇଁ, ସମୀର ଲେଙ୍କା, ଗୁଣନିଧି ସାହୁ ପ୍ରମୁଖଙ୍କ ସହ ସମସ୍ତ ଛାତ୍ରୀଛାତ୍ର ଧାରଣାରେ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri