Posted inଜାତୀୟ

ଉତ୍ତର ପ୍ରଦେଶରେ ଏବେ ଔଷଧ ଦେବ ରୋବୋ

ଲକ୍ଷ୍ନୌ,୧୦।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଏବେ ଉତ୍ତର ପ୍ରଦେଶରେ ହାଇଟେକ୍‌ କ୍ଲିନିକ୍‌ର ଯୋଜନା କରୁଥିବା ସୂଚନା ମିଳିଛି। ଗୋରଖପୁରର ଚିଫ୍‌ ମେଡିକାଲ ଅଫିସର ଡ. ଶ୍ରୀକାନ୍ତ ତିଓ୍ବାରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି ଆଗକୁ ଡାକ୍ତର ନୁହେଁ ରୋଗୀଙ୍କୁ ରୋବୋ ଔଷଧ ଦେବ। ସେ କହିଛନ୍ତି ଓପିଡିରେ ଆଉ କେହି ଡାକ୍ତର ରହିବେ ନାହିଁ। କେବଳ ନର୍ସ, ଲ୍ୟାବ ଟେକ୍ନିସିଆନ୍‌ ଓ ସ୍ବିପର ରହିବେ। ଏଠାରେ ଲାଗିଥିବା ମେଶିନ୍‌ ରୋଗୀଙ୍କ ରକ୍ତଚାପଠାରୁ ହୃଦସ୍ପନ୍ଦନ ପର୍ଯ୍ୟନ୍ତ ସବୁକୁ ଯାଞ୍ଚ କରିବ। ଏହାପରେ ଡାକ୍ତର ଟେଲିକନଫରେନ୍ସିଂ ଜରିଆରେ ରୋଗୀଙ୍କ ସହ କଥା ହେବେ। ସେଠାରେ ଥାଇ ଡାକ୍ତର ସ୍କ୍ରିନ୍‌ ମାଧ୍ୟମରେ ରିପୋର୍ଟ ଦେଖିନେବେ। ଏହାପରେ ଡାକ୍ତର ଯେଉଁ ଔଷଧ କହିବେ ତାହା ମେଶିନ ବା ରୋବୋ ଯୋଗାଇ ଦେବ। ଏକ ମଲ୍ଟି ନ୍ୟାଶନାଲ କମ୍ପାନୀ ସହାୟତାରେ ଏହା ଆରମ୍ଭ କରାଯାଇଥିବା ବେଳେ ପ୍ରଥମେ ପାଇଲଟ୍‌ ପ୍ରୋଜେକ୍ଟ ଭାବେ ଏହା ୧୦ଟି ପିଏଚ୍‌ସିରେ ଲାଗିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri