Posted inଜାତୀୟ

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି ଏଜେଣ୍ଟ୍‌ ଧରାପଡ଼ିଛନ୍ତି। ସେମାନେ ସମାଜବାଦୀ ପାର୍ଟି ପାଇଁ କାମ କରୁଥିବା ପଚରାଉଚରା ସମୟରେ ପୋଲିସକୁ କହିଛନ୍ତି। ସ୍ଥାନୀୟ ଥାନା ଅଞ୍ଚଳର ହାଦୀ ସ୍କୁଲ କେନ୍ଦ୍ରରୁ ୨ଜଣ ଏଜେଣ୍ଟ ଧରା ପଡ଼ିଥିବାବେଳେ ମହିଳା ଡିଗ୍ରୀ କଲେଜର ୧୩୯ ନମ୍ବର ବୁଥ୍‌ରୁ ଭି.ଜାଭେଦ୍‌ ନାମକ ନକଲତ ଏଜେଣ୍ଟ୍‌ଙ୍କୁ ଗିରଫ କରାଯାଇଛି। ସେହିପରି ରଜା ଡିଗ୍ରୀ କଲେଜ ମତଦାନ କେନ୍ଦ୍ରରୁ ୨ ଜଣ ଏବଂ ୨ ଜଣଙ୍କୁ ଅନ୍ୟ କେନ୍ଦ୍ରରୁ ଗିରଫ କରାଯାଇଛି। ସେମାନଙ୍କୁ ଦିଆଯାଇଥିବା ସ୍ବୀକୃତି ପତ୍ରରେ ଦଳୀୟ ଅଧିକାରୀଙ୍କ ଦସ୍ତଖତ ନ ଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri