ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ହେଲେ କିଛି ଅମାନିଆ ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରି ସୀମାରେ ରହିଥିବା ସୁରକ୍ଷା କର୍ମୀକୁ ଭୁଆଁ ବୁଲାଇ ଖସି ଆସୁଥିବା ଜଣାପଡ଼ିଛି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁରକୁ ରବିବାର ସକାଳୁ ଦୁଇ ଜଣ ଉତ୍ତରପ୍ରଦେଶରୁ ଚାଲି ଆସିଥିବା ଜଣାଯାଇଛି। ଏହି ଖବର ଜଣାଯିବା ପରେ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଥିଲା। ସେମାନଙ୍କୁ ଉଦ୍ଧାର କରି ସରକାରୀ କ୍ବାରାଣ୍ଟାଇନ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜଣେ ବିଜେପୁର ଏନ୍‌ଏସି ସଦରମହକୁମାର ହୋଇଥିବାବେଳେ ଅନ୍ୟ ଜଣେ ତାଳପଦର ଗ୍ରାମର ବାସିନ୍ଦା।
ସୂଚନାନୁଯାୟୀ, ସ୍ଥାନୀୟ ସହରର ଜଣେ ଯୁବକ ଉତ୍ତର ପ୍ରଦେଶରେ ରହିଥିବା ତାଙ୍କର ଭଉଣୀକୁ ଆଣିବାକୁ ତାଙ୍କ ସାଙ୍ଗ ସହିତ ସେଠାକୁ ଯାଇଥିଲେ। ହେଲେ ସେଠାରେ ପହଞ୍ଚିବା ପରେ ଲକ୍‌ଡାଉନ୍‌ ଘୋଷଣା ହୋଇଯିବାରୁ ସେ ଦୁହେଁ ଆଉ ଫେରି ପାରି ନ ଥିଲେ। ଅପରପକ୍ଷେ ଲକ୍‌ଡାଉନ୍‌ କଟକଣା ବଢି ଯାଇ ଥିବାରୁ ସେ ଦୁହେଁ ଲୁଚିଛପି ସେଠାରୁ ଚାଲି ଆସିଥିଲେ। ରବିବାର ପୂର୍ବାହ୍ନରେ ସ୍ଥାନୀୟ ହାଇସ୍କୁଲରେ କରାଯାଇଥିବା କ୍ବାରାଣ୍ଟାଇନ୍‌ କେନ୍ଦ୍ରରେ ତହସିଲଦାର କୁଳମଣି ରଣବିଡା, ବିଡିଓ ପଦ୍ମନାଭ ସାମନ୍ତରାୟ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର, ଆଇଆଇସି ରାଜେନ୍ଦ୍ର ସିଆଲ ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ସଂଗ୍ରହ କରିଥିଲେ। ଉଭୟେ ସେଠାରେ ମଧ୍ୟ ହୋମ କ୍ବାରାଣ୍ଟାଇନରେ ରହିଥିବା ତଦନ୍ତବେଳେ ଜଣାପଡ଼ିଥିଲା। କିନ୍ତୁ ଉଭୟେ ରାଜ୍ୟ ବାହାରୁ ଆସିଥିବାରୁ ତାଙ୍କୁ କ୍ବାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଜଣେ ଯୁବକଙ୍କୁ ବିଜେପୁର ହାଇସ୍କୁଲରେ ଓ ଅନ୍ୟ ଜଣେ ଯୁବକଙ୍କୁ ତାଳପଦରସ୍ଥିତ କ୍ବାରାଣ୍ଟାଇନ୍‌ କେନ୍ଦ୍ରରେ ରଖାଯାଇଥିବା ଜଣାପଡ଼ିଛି। ତେବେ ସୁଦୂର ଉତ୍ତରପ୍ରଦେଶରୁ ଦୁଇଜଣ ଯୁବକ ସୀମାର ସୁରକ୍ଷା ବଳୟକୁ ଭେଦ କରି ଚାଲି ଆସିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri