Posted inଜାତୀୟ

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ ବିଶାଳ ପଥର ଖସିବାରୁ ସେମାନଙ୍କ ଗାଡ଼ିକୁ ୫୦୦ ମିଟର ଗଭୀର ଗର୍ତ୍ତ ମଧ୍ୟକୁ ଠେଲିନେଇଥିଲା। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ହସ୍ପିଟାଲରେ ଅନ୍ୟ ୩ ପ୍ରାଣ ହରାଇଛନ୍ତି। ମାଟିତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଭୂସ୍ଖଳନ ବେଳେ ସେମାନେ ସୋନପ୍ରୟାଗରୁ ରୁଦ୍ରପ୍ରୟାଗ ଯାଉଥିଲେ। ମୃତକଙ୍କ ଲାଗି ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ଓ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri