ଉତ୍ତେଜନାପୂର୍ଣ୍ଣ ବାତାବରଣରେ ଚାଲିଛି ପଞ୍ଚାୟତ ଉପନିର୍ବାଚନ

ଆରଡ଼ି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତେନ୍ତୁଲିଡିହ ପଞ୍ଚାୟତରେ ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେଉଛି। ଏହି ନିର୍ବାଚନରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରିବାକୁ କିଛି ଯୁବକ ପ୍ରୟାସ କରୁଛନ୍ତି। ଥାନାଧିକାରୀ ପ୍ରଜ୍ଞା ମହାନ୍ତି ସେମାନଙ୍କୁ କଡ଼ା ଚେତାବନୀ ଦେବା ସହ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି କହିବାରୁ ଉକ୍ତ ଯୁବକମାନେ ତାଙ୍କ ସହ ବଚସା କରିଥିଲେ। ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ପଞ୍ଚାୟତର ମୂଳକାଏମା ବୁଥ୍‌ରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ଅନ୍ୟ ବୁଥ୍‌ରେ ସେତେ ଭିଡ଼ ନାହିଁ। କିଛି ବୁଥ୍‌ ଉତ୍ତେଜନାମୂଳକ ଥିବାରୁ ପୋଲିସ ସେଥିପ୍ରତି କଡ଼ା ନଜର ରଖିଛି।
ସୂଚନାଯୋଗ୍ୟ, ଏହି ପଞ୍ଚାୟତରେ ସରପଞ୍ଚ ନିର୍ମଳ ଟିକାୟତ ରାୟଙ୍କ ମୃତ୍ୟୁ ହେବାରୁ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଏଠାରେ ୩ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ବିଜେଡି ଏବଂ ଭାଜପା ସମର୍ଥିତ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ମୁକାବିଲା ହେଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri