‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ

ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସମ୍ବଲପୁର ଲୋକସଭା ସଦସ୍ୟ ରାଜା ନିତେଶ ଗଙ୍ଗଦେବ, ଜିଲା ପରିଷଦ ଅଧ୍ୟକ୍ଷା ସୁଧାମୟୀ ପଟେଲ, ଏସ୍‌ପି ରାହୁଳ ଜୈନ, ବାରକୋଟ ବ୍ଲକ ଅଧ୍ୟକ୍ଷା ସୁବାସିନୀ ସାହୁ, ତିଲେଇବଣି ବ୍ଲକ ଅଧ୍ୟକ୍ଷା ସୁବାସିନୀ ଦେହୁରୀ, ରିଆମାଳ ଅଧ୍ୟକ୍ଷା ରୀତାଞ୍ଜଳି ହାତୀ, ଅତିରିକ୍ତ ଜିଲାପାଳ ଧରମ ହାଁସଦା, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୀନସେଣ୍ଟ ପୁନମକାନ୍ତ ଏକ୍କା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନପାଟ ପର୍ଯ୍ୟଟନସ୍ଥଳର ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଅନ୍ତିମ ସନ୍ଧ୍ୟାରେ କୋଲକତାର ବେଙ୍ଗଲି ଫୋକ୍‌, ପୁରୀର ସାହିଜାତ ନାଚ, ଆଇଆରବି ବମ୍ଫପଡାର ଜୁମ୍ବ ଡ୍ୟାନ୍ସ, ସମ୍ବଲପୁରର କାହାର ନାଚ, ଛତିଶଗଡ଼ର ଲୋକନୃତ୍ୟ, କଳାହାଣ୍ଡିର ଘୁମୁରା ନାଚ, ବରଗଡ଼ର ପ୍ରଭା ନାଚ ଆଦି ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଉଦ୍‌ଘୋଷିକା, ଉଦ୍‌ଘୋଷକ ଭାବେ ବଂଶୀଧର ସାହୁ, ଜନ୍ମେଜୟ ନାୟକ, ମିନାକ୍ଷୀ ଧର, ବିଦେଶୀ ସାହୁ, ପ୍ରିତମପ୍ରିୟ ବେହେରା, ସୁନିଶ୍ଚିତା ପାଢୀ, ସ୍ବସ୍ତି ସୌମ୍ୟା ଦାଶ, ସୁମନ ମହାକୁଳ, ସ୍ବପ୍ନା ପୁରୋହିତ, ଜୟଶ୍ରୀ ଗଙ୍ଗଦେବ, ଖୁସି ସାହୁ, ଅଭୟ କୁମାର, ସୌମ୍ୟବ୍ରତା ଦଳବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉତ୍ସବ ଅବସରରେ ଓର୍‌ମାସ୍‌ ପକ୍ଷରୁ ଆକର୍ଷଣୀୟ ପଲ୍ଲିଶ୍ରୀ ମେଳା ଆୟୋଜିତ ହୋଇଥିବାବେଳେ ଜିଲାସ୍ତରୀୟ ଉନ୍ନୟନ ପ୍ରଦର୍ଶନୀ ମଧ୍ୟ ଦର୍ଶକ ଏବଂ ଜନସାଧାରଣଙ୍କ ପାଇଁ ବେଶ ଉପଭୋଗ୍ୟ ହୋଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବିତ, ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri