Posted inଜାତୀୟ

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଷ୍ଟେଜ୍‌ରେ ରହିବେ ଏହି କୃଷକ ପରିବାର

ମୁମ୍ବାଇ,୨୮।୧୧: ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ମୁମ୍ବାଇର ଶିବାଜୀ ପାର୍କରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି, ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋତଙ୍କୁ ନିମନ୍ତ୍ରଣ କରାଯାଇଛି। ଏହଛଡା ସାଙ୍ଗଲୀର ଏକ କୃଷକ ପରିବାର ମଧ୍ୟ ଶପଥ ଗ୍ରହଣ ଉତ୍ସବକୁ ଡକାଯାଇଛି। ନିକଟରେ ଉଦ୍ଧବ ସଞ୍ଜୀବ ସାଓ୍ବନ୍ତ ନାମକ ଜଣେ କୃଷକଙ୍କୁ ଭେଟିଥିଲେ। ଏବଂ ଶପଥ ଗ୍ରହଣ ଉତ୍ସବରେ ଷ୍ଟେଜ୍‌ରେ ବସିବାକୁ ସୁଯୋଗ ଦିଆଯିବ ବୋଲି ତାଙ୍କୁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଏହି ଆଧାରରେ ସଞ୍ଜୀବଙ୍କ ପରିବାରଙ୍କୁ ଉତ୍ସବରେ ଯୋଗ ଦେବା ପାଇଁ ଫୋନ ଯୋଗେ ଡକାଯାଇଛି। ସୂଚନାଯୋଗ୍ୟ,ପ୍ରବଳ ବର୍ଷା ଯୋଗୁ ସାଙ୍ଗଲି ଜିଲାରେ ଫସଲ ନଷ୍ଟ ହୋଇଥିଲା। ଉଦ୍ଧବ ଠାକରେ ପ୍ରଭାବିତ ଅଞ୍ଚଳ ଗସ୍ତ କରି ବିଭିନ୍ନ କୃଷକଙ୍କ ପରିବାରକୁ ଭେଟିଥିଲେ। ଏହି ସମୟରେ ସଞ୍ଜୀବଙ୍କ ସହ ତାଙ୍କ ଭେଟ ହୋଇଥିଲା। ସେତେବେଳେ ଉଦ୍ଧବ ତାଙ୍କୁ ଆଶ୍ୱାସନା ଦେଇ କହିଥିଲେ, ଯଦି ଶିବସେନା କେହି ମୁଖ୍ୟମନ୍ତ୍ରୀ ହୁଅନ୍ତି, ତେବେ ତୁମକୁ ସ୍ବତନ୍ତ୍ର ଅତିଥି ଭାବେ ଶପଥ ଗ୍ରହଣ ଉତ୍ସବକୁ ଡକାଯିବ। ଶେଷରେ ଉଦ୍ଧବ ନିଜ ପ୍ରତିଶ୍ରୁତି ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri