ଉଦ୍ଧାର ନାବାଳିକା ଗଲେ ବାଳାଶ୍ରମ: ୮ ଦିନ ହେଲା ଥିଲେ ପ୍ରେମିକ ଘରେ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପୋଲିସ ତାଙ୍କ ପ୍ରେମିକଙ୍କ ଘରୁ ଉଦ୍ଧାର କରିଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ବନ୍ତଳା ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର କରିଥିଲା। ହେଲେ ନାବାଳିକା ଜଣକ ଘରକୁ ଫେରିବାକୁ ରାଜି ହୋଇ ନ ଥିଲେ। ପରିବାର ଲୋକେ ତାଙ୍କୁ ନିର୍ଯାତନା ଦେବା ସହ ପ୍ରେମିକଙ୍କୁ ଫସାଇ ଜେଲ୍‌ ପଠାଇଥିବାରୁ ସେ ଏବେ ପ୍ରେମିକଙ୍କ ଘରେ ରହିବେ ବୋଲି ଜିଦ୍‌ ଧରିଥିଲେ। ଶେଷରେ ତାଙ୍କୁ ଏକ ବାଳାଶ୍ରମକୁ ପଠାଇ ଦିଆଯାଇଛି।
ନାବାଳିକା ଜଣକ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ବେଳେ ଯୁକ୍ତ ୨ ରେ ପଢ଼ୁଥିବା ତାଙ୍କ ଗଁାର ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଦୀର୍ଘ ଦିନ ହେବ ଦୁହିଁଙ୍କ ମଧ୍ୟରେ ସମ୍ପର୍କ ଥିଲେ ବି ଉଭୟ ପରିବାର ଲୋକେ କିଛି ଜାଣି ନ ଥିଲେ। କିନ୍ତୁ ପ୍ରେମିକା ମାଟ୍ରିକ ପାସ୍‌ କରିବା ପରେ ଗତ ଏପ୍ରିଲରେ କୌଣସି କାରଣରୁ ସେମାନଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇ ଘଟଣା ପଦାକୁ ଆସିଥିଲା। ଏପରି କି ନାବାଳିକା ଜଣକ ପ୍ରେମିକ ତାଙ୍କୁ ହଇରାଣ କରୁଥିବା ଘର ଲୋକଙ୍କ ଆଗରେ ପ୍ରକାଶ କରିଥିଲେ। ଏହାପରେ ନାବାଳିକାଙ୍କ ଭାଇ ସମ୍ପୃକ୍ତ ପ୍ରେମିକଙ୍କୁ ତାଗିଦ୍‌ କରିଥିଲେ। ପ୍ରେମିକ ଜଣକ ରାଗରେ ମୋବାଇଲରେ ଥିବା ନାବାଳିକାଙ୍କ ଅଶ୍ଲୀଳ ଫଟୋକୁ ତାଙ୍କ ଭାଇଙ୍କ ମୋବାଇଲକୁ ପଠାଇ ଦେଇଥିଲେ। ଏହାପରେ ନାବାଳିକା ପରିବାର ଲୋକମାନେ ଝିଅକୁ ପ୍ରେମିକ ବଳାତ୍କାର କରିଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ନଂ. ୮୦/୧୯ରେ ପୋଲିସ ଏକ ମାମଲା ରୁଜୁ କରି ପ୍ରେମିକଙ୍କୁ କୋର୍ଟଚାଲାଣ କରିଥିଲା। କିନ୍ତୁ ୮ ଦିନ ତଳେ ହଠାତ୍‌ ନାବାଳିକା ନିଜ ଘର ଛାଡ଼ି ପ୍ରେମିକଙ୍କ ଘରକୁ ଚାଲି ଆସିଥିଲେ। ଏ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ବନ୍ତଳା ପୋଲିସ ତାଙ୍କୁ ଉଦ୍ଧାର କରିଥିଲା। ହେଲେ ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର ପରେ ନାବାଳିକା ଜଣକ ନିଜ ପରିବାର ବିରୋଧରେ ଅନେକ ଅଭିଯୋଗ କରିଥିଲେ। ସେ ଏବେ ବି ସମ୍ପର୍କରେ ଥିଲେ ବି ପରିବାର ଲୋକେ ଜାଣିଶୁଣି ପ୍ରେମିକଙ୍କୁ ଫସାଇ ଦେବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ। ତେଣୁ ସେ ନିର୍ଯାତନା ସହି ନ ପାରି ପ୍ରେମିକଙ୍କ ଘରକୁ ଚାଲି ଆସିଥିବା କହିଥିଲେ। ସେ ଆଉ ଘରକୁ ଫେରିବାକୁ ଚାହୁଁନାହାନ୍ତି ବୋଲି ଶୁଣାଇଦେବା ପରେ ପରିବାର ଲୋକମାନେ ମଧ୍ୟ ନାବାଳିକାଙ୍କୁ ଆଉ ସାଥିରେ ନେବା ପାଇଁ ମନା କରିଦେଇଥିଲେ। ଫଳରେ ଶିଶୁ ମଙ୍ଗଳ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନାବାଳିକାଙ୍କୁ ବନ୍ତଳା ଥାନାର ଜଣେ ମହିଳା ଅଧିକାରୀ ଏକ ବାଳାଶ୍ରମକୁ ପଠାଇ ଦେଇଥିବା ଖବର ମିଳିଛି।
ଏ ସମ୍ପର୍କରେ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷ କହିଛନ୍ତି, ଘରକୁ ଯିବାକୁ ସମ୍ପୃକ୍ତା ନାବାଳିକା ରାଜି ନ ହେବାରୁ ତାଙ୍କୁ ଅନ୍ୟତ୍ର ଥଇଥାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri