Posted inଜାତୀୟ

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। କୋଲକାତା ନିବାସୀ ଖୈତାନ ଚଳିତ ବର୍ଷ ଏପ୍ରିଲ ୨୫ରେ ଓ୍ବିଲିୟାମଶନ୍‌ ମେଗର ଗ୍ରୁପ୍‌ର କମ୍ପାନୀ ଏଭରେଡି ଏବଂ ମ୍ୟାକଲଏଡ ରସେଲର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ତେବେ ଉଭୟ କମ୍ପାନୀ ତାଙ୍କର ଯୋଗଦାନକୁ ଦୃଷ୍ଟିରେ ରଖି ତାଙ୍କୁ ଚେୟାରମ୍ୟାନ ଏମିରେଟସ୍‌ ଭାବେ ନିଯୁକ୍ତ କରିଥିଲା। ଦୀର୍ଘ ୪ ଦଶନ୍ଧି ଧରି ଚା’ ଉଦ୍ୟୋଗରେ ଖୈତାନଙ୍କର ଅଭିଜ୍ଞତା ଥିଲା। ସେ ବିଶ୍ୱନାଥ ଚା’ କମ୍ପାନୀର ଏମ୍‌ଡି ରହିଥିଲେ। ଏହାବ୍ୟତୀତ ସେ ୧୯୭୩ରେ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସର ଅଧ୍ୟକ୍ଷ ମଧ୍ୟ ଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍‌ କରି ଖୈତାନଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ବଙ୍ଗଳା ବ୍ୟବସାୟୀଙ୍କ ମଧ୍ୟରେ ସେ ବରିଷ୍ଠତମ ଥିଲେ ବୋଲି ଉଲ୍ଲେଖ କରି ମମତା କହିଛନ୍ତି ଯେ, ତାଙ୍କର ମୃତ୍ୟୁରେ ସେ ଅତ୍ୟନ୍ତ ଦୁଃଖୀ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri