ଉଦ୍‌ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍‌ ହସ୍ପିିଟାଲ

ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍‌ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ଝାରସୁଗୁଡା ଜିଲାପାଳ ସରୋଜ କୁମାର ସାମଲ, ହାଇଟେକ ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ତିରୁପତି ପାଣିଗ୍ରାହୀ ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଜଗଦୀଶ ଚନ୍ଦ୍ର ବାରିକ ପ୍ରମୁଖ ଯୋଗ ଦେଇଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଜିଲାପାଳ ସରୋଜ କୁମାର ସାମଲ ସ୍ବତନ୍ତ୍ରଭାବେ ସୂଚନା ପ୍ରଦାନ କରିଥିଲେ। ଏହି ହସ୍ପିଟାଲରେ ମୋଟ ୧୧୦ ଶଯ୍ୟା ବିଶିଷ୍ଟ। ସେଥିମଧ୍ୟରୁ ୯୩ ସାଧାରଣ ଶଯ୍ୟା, ୧୦ ଆଇସିୟୁ ଓ ୭ ଏଚଡିୟୁ ୟୁନିଟ ଅନ୍ତର୍ଭୁକ୍ତ। ରୋଗୀଙ୍କ ଚିକିତ୍ସା ନିମନ୍ତେ ୧୦ ଭେଣ୍ଟିଲେଟର, ବହୁଗୁଣିତ ଅମ୍ଳଜାନ ଯୋଗାଣ ବ୍ୟବସ୍ଥା, ଅମ୍ଳଜାନ ସିଲିଣ୍ଡର, କମ୍ପ୍ରେସର ଆଦିର ବ୍ୟବସ୍ଥା କରାଯାଇଛି। ଏହି ହସ୍‌ପିଟାଲ ହାଇଟେକ୍‌ ମେଡିକାଲ କଲେଜ ଓ ହସ୍‌ପିଟାଲ ଦ୍ୱାରା ପରିଚାଳିତ ହେବ। ଉକ୍ତ ହସ୍ପିଟାଲ ପ୍ରତିଷ୍ଠା ପାଇଁ ଜିଲା ଖଣିଜ ପାଣ୍ଠିରୁ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ କରାଯାଇଛି। ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀ ପ୍ରାୟ ୨ କୋଟି ଟଙ୍କାର ଯନ୍ତ୍ରପାତି ଯୋଗାଇ ଦେଇଛି।

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ
କୋଭିଡ୍‌ ହସ୍‌ପିଟାଲ ଉଦ୍‌ଘାଟନୀ ଉତ୍ସବରେ ସାମାଜିକ ଦୂରତା ନିୟମ ଉଲ୍ଲଘଂନ ହୋଇଥିଲା। ଏପରି କି ସ୍ବାସ୍ଥ୍ୟମନ୍ତ୍ରୀ ଦାସ ସାମାଜିକ ଦୂରତା ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା।ହସ୍ପିଟାଲ ଭିତରେ ବହୁ ବ୍ୟକ୍ତି, ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧି ଉପସ୍ଥିତ ଥିଲେ। ଏ ସମ୍ପର୍କରେ ମନ୍ତ୍ରୀ ଦାସ ଓ ଜିଲାପାଳ ସାମଲଙ୍କୁ ପ୍ରଶ୍ନ କରାଯିବାରୁ ସେ କୌଣସି ଉତ୍ତର ଦେଇ ଚୁପ୍‌ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?