‘ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍‌କୋ ଆଗୁଆ’

ବଅଁରପାଳ,୯ା୧(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମିନା ବଜାର ପଡିଆଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍‌କମ ଟାକ୍ସ ପ୍ରିନ୍ସିପାଲ ଚିଫ୍‌ କମିଶନର ପ୍ରଣବ କୁମାର ଦାସ ଯୋଗଦେଇ କହିଥିଲେ ଯେ, ରାଜ୍ୟ ଓ ରାଜ୍ୟ ବାହାରେ ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍‌କୋ ଆଗୁଆ। ନାଲ୍‌କୋର ଉନ୍ନତି ହେଲେ ଦେଶର ବିକାଶ ହେବ। ଆଗାମୀ ଦିନରେ ନାଲ୍‌କୋର ଭବିଷ୍ୟତ ଉଜ୍ଜ୍ୱଳ ହେବ। ମୁଖ୍ୟବକ୍ତା ଭାବେ ଯୋଗଦେଇ ନାଲ୍‌କୋର ଅବସରପ୍ରାପ୍ତ ଇଡି ୟୁ.ବି. ପଟ୍ଟନାୟକ କହିଥିଲେ, ନାଲ୍‌କୋ ପ୍ରତିଷ୍ଠା ହେବା ଦିନଠାରୁ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରିଆସିଛି। କମ୍ପାନୀର କର୍ମଚାରୀଙ୍କ କଠିନ ପରିଶ୍ରମରେ ଆଜି ଦେଶ ଓ ବିଦେଶରେ କମ୍ପାନୀ ସୁନାମ ଅର୍ଜନ କରିପାରିଛି। ପ୍ରାରମ୍ଭରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଇଡି ମନସା ପ୍ରସାଦ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ମେଲଟର ମହାପ୍ରବନ୍ଧକ ମୃତ୍ୟୁଞ୍ଜୟ ଦାସ, ସିପିପି ମହାପ୍ରବନ୍ଧକ ଅମ୍ବିକା ପ୍ରସାଦ ପଣ୍ଡା, ମହାପ୍ରବନ୍ଧକ ମିହିର ରଥ, ପ୍ରଭାତ ବିଶ୍ୱାସ, ସୁଧୀର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ନାଲ୍‌କୋ ଅଧିକାରୀ ରାଜାରାମ ମିଶ୍ର, ମଣିରଞ୍ଜନ ପଟ୍ଟନାୟକ, କେ.କେ. ବେହେରା, ସମୀର ମାଝି ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ସକାଳେ ଟାଉନଶିପ ଛକଠାରେ ନାଲ୍‌କୋ ତରଫରୁ ନିର୍ମିତ ବସ୍‌ଷ୍ଟାଣ୍ଡକୁ ଇଡି ମନସା ପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ଏଥିରେ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, ଆଲୁମିନିୟମ ମଜଦୁର ସଂଘ ସାଧାରଣ ସମ୍ପାଦକ ରମେଶ ଚନ୍ଦ୍ର ବେହେରା, ନେପୁ ସଭାପତି ବିନୋଦ ବିହାରୀ ସେଠ, ମାଙ୍ଗିଲାଲ ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ନାଲ୍‌କୋ ଷ୍ଟାଡିୟମ ପରିସରରେ ଆଖପାଖ ଅଞ୍ଚଳର ସ୍କୁଲ ଛାତ୍ରୀମାନଙ୍କୁ ନେଇ ବିଭିନ୍ନ ଖେଳକୁଦର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri