Posted inଜାତୀୟ

ଉନ୍ନାଓ ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଆରମ୍ଭ ହେଲା ରାଜନୀତି

ରାଏ ବରେଲି,୨୯।୭: ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବାରୁ ରବିବାର ଜଣଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ପୀଡିତା ଏବଂ ଅନ୍ୟ ଦୁଇଜଣ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଏବେ ଏହି ଘଟଣାକୁ ନେଇ ଆରମ୍ଭ ହୋଇଛି ରାଜନୀତି। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏହାକୁ ନେଇ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଆଇନ ଶୃଙ୍ଖଳା ବ୍ୟବସ୍ଥା ଉପରେ ପ୍ରଶ୍ନ କରିଛନ୍ତି। ଅନ୍ୟପଟେ ପୀଡିତାଙ୍କ ମା’ ଏହି ଦୁର୍ଘଟଣା ପଛରେ ଅଭିଯୁକ୍ତ ବିଧାୟକ କୁଲଦୀପ ସେନଗାରଙ୍କ ହାତ ଥିବା କହିଛନ୍ତି। କାରଣ କୁଲଦୀପଙ୍କ କର୍ମୀମାନେ ତାଙ୍କୁ ବାରମ୍ବାର ଧମକ ଦେଉଥିବା ସେ ପ୍ରକାଶ କରିଛନ୍ତି। ଅନ୍ୟପଟେ ସୋମବାର ଏଡିଜି ମହେଶ ସିଂ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କହିଛନ୍ତି, ଘଟଣାକୁ ନେଇ ଯାଞ୍ଚ ଆରମ୍ଭ ହୋଇଛି। ଏହାସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର ମାଲିକ, ଡ୍ରାଇଭର ଓ ହେଲ୍‌ପରଙ୍କୁ ଅଟକ ରଖାଯାଇ ପଚରା ଉଚରା କରାଯାଉଛି। ଅନ୍ୟପଟେ ଆହତଙ୍କର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରବିବାର ବଳାତ୍କାର ପୀଡିତା, ତାଙ୍କର ଖୁଡୀ, ମାଈଁ ଏବଂ ଆଇନଜୀବୀ ରାଏବରେଲି ଜେଲ୍‌ରେ ଥିବା ପୀଡିତାଙ୍କ ସମ୍ପର୍କୀୟଙ୍କୁ ଦେଖିବାକୁ ଯାଉଥିବାବେଳେ ସେମାନେ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ପୀଡିତାଙ୍କ ମାଈଁଙ୍କର ଜିଲା ହସ୍ପିଟାଲରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟମାନଙ୍କୁ ଲକ୍ଷ୍ନୌସ୍ଥିତ ଟ୍ରମା ସେଣ୍ଟରକୁ ସ୍ଥାନାନ୍ତର କରାଯିବା ସହିତ ନିରାପତ୍ତା ଯୋଗାଇ ଦିଆଯାଇଥିବା ପୋଲିସ କହିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଉକ୍ତିକୁ ଉଦ୍ଧାର କରି ପୋଲିସ କହିଛି ଏକ ଦ୍ରୁତଗାମୀ ଟ୍ରକ୍‌ ପୀଡ଼ିତା ବସିଥିବା କାର୍‌କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri