Posted inଜାତୀୟ

ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି

ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍‌ଏସ୍‌): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ ଜିଲା ଜଜ୍‌ ଧର୍ମେଶ ଶର୍ମା ତାଙ୍କର ବୟାନ ରେକର୍ଡ କରିଛନ୍ତି। ଭାଜପାରୁ ନିଲମ୍ବିତ ବିଧାୟକ କୁଳଦୀପ ସିଂ ସେନଗାର ଓ ସହଅଭିଯୁକ୍ତ ଶଶୀ ସିଂଙ୍କୁ ମଧ୍ୟ ଅସ୍ଥାୟୀ ଅଦାଲତକୁ ନିଆଯାଇଛି। ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ବେଳେ ସର୍ବସାଧାରଣ ଓ ଗଣମାଧ୍ୟମକୁ ଉପସ୍ଥିତ ରହିବାକୁ ଅନୁମତି ଦିଆଯାଇନାହିଁ। ପ୍ରକାଶ ଯେ, ୨୦୧୭ରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତା ତାଙ୍କର ସମ୍ପର୍କୀୟଙ୍କ ସହ ଗତ ଜୁଲାଇ ୨୮ରେ କାର୍‌ରେ ଯାଉଥିବାବେଳେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଏଥିରେ ତାଙ୍କର ଦୁଇଜଣ ଖୁଡୀ ପ୍ରାଣ ହରାଇଥିବାବେଳେ ପୀଡ଼ିତା ଗୁରୁତର ହୋଇଥିଲେ। ଏମ୍ସରେ ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଅନୁମତି ଦେଇଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୀଡ଼ିତାଙ୍କୁ ଲକ୍ଷ୍ନୌର ଏକ ହସ୍ପିଟାଲରୁ ଉନ୍ନତ ଚିକିତ୍ସା ପାଇଁ ବିମାନରେ ଦିଲ୍ଲୀ ଅଣାଯାଇଥିଲା। ଏ ସମ୍ପର୍କିତ ସମସ୍ତ ମାମଲା ଉତ୍ତରପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri