ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.):  ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏମ୍‌ପି ରେଙ୍ଗାଳି ପଞ୍ଚାୟତ ମାର୍କେଟ କମ୍ପେକ୍ସ, ସରପଞ୍ଚଙ୍କ ବିଶ୍ରାମ ପ୍ରକୋଷ୍ଠ, ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ, କୁଳୁମା ପଞ୍ଚାୟତ ଚିତ୍ତବିନୋଦନ କେନ୍ଦ୍ର, ଖିଣ୍ଡୋ ମାର୍କେଟ କମ୍ପେକ୍ସ, କୋଠ ଘର, ନୀଳାପଶି ଗୋଷ୍ଠୀକେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏଥିସହ ରେଙ୍ଗାଳି କଲ୍ୟାଣ ମଣ୍ଡପ, କୁଳୁମା ମାର୍କେଟ କମ୍ପେକ୍ସ, ତେଲିପଶି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ରବିଚନ୍ଦ୍ର ହାଇସ୍କୁଲ ଫାଟକ ଏବଂ ପାଚେରି ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ସେ ଜନସାଧାରଣଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରି ସମସ୍ୟା ପଚାରି ବୁଝିଥିଲେ। ଅଧ୍ୟକ୍ଷା ନମିତା ସାହୁ, ସରପଞ୍ଚ ରଶ୍ମିତା ସେଠୀ, ନିଶାକର ବିଶ୍ୱାଳ, ସମିତିସଭ୍ୟା ରୀନା ପାତ୍ର, ବାସନ୍ତୀ ପ୍ରଧାନ, ନାଏବ ସରପଞ୍ଚ ମନୋରମା ପ୍ରଧାନ, ବୀଣାପାଣି ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ସୁନୀଲ ପ୍ରଧାନ, ନିର୍ମଳ ସାହୁ, ଶଶିଶେଖର ସିଂ, ଶୁରେଶ ଧଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ଏହି ପରିପ୍ରେକ୍ଷୀରେ ଏମ୍‌ପି ନୀଳାପଶି ରବିଚନ୍ଦ୍ର ହାଇସ୍କୁଲରେ ଚାଲିଥିବା ବାର୍ଷିକ କ୍ରୀଡ଼ା ଉତ୍ସବର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବ୍ଲକ ଅଧ୍ୟକ୍ଷା, ଏବିଡିଓ ରାହାସ ଚନ୍ଦ୍ର ନାଏକ ପ୍ରମୁଖ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ବାରିକଙ୍କ ସଭାପତିତ୍ୱରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷକ ବସନ୍ତ ସାହୁ ଅତିଥି ପରିଚୟ ଏବଂ ଅନନ୍ତ ଚରଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri