Posted inଜାତୀୟ

୩ ଆସନରେ କଂଗ୍ରେସ, ଗୋଟିଏରେ ଭାଜପା

ନୂଆଦିଲ୍ଲୀ, ୨ା୩: ମହାରାଷ୍ଟ୍ରର ୨ ବିଧାନସଭା ଆସନ ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ତାମିଲନାଡୁର ଗୋଟିଏ ଲେଖାଏ ଆସନରେ ହୋଇଥିବା ଉପନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। କଂଗ୍ରେସକୁ ୩ଟି ଆସନ ମିଳିଥିବା ବେଳେ ଗୋଟିଏରେ ଭାଜପା ଏବଂ ଅନ୍ୟ ଆସନରେ ଏଜେଏସ୍‌ୟୁ-ପି ବିଜୟୀ ହୋଇଛି। ସାଗରଦିଘି ଆସନରେ କଂଗ୍ରେସ ବିଜୟୀ ହେବା ସହ ପଶ୍ଚିମବଙ୍ଗ ବିଧାନସଭାରେ ଖାତା ଖୋଲିଛି। ଏହି ଆସନ ଲାଗି ହୋଇଥିବା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ବେରୋନ୍‌ ବିଶ୍ୱାସ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଟିଏମ୍‌ସି ପ୍ରାର୍ଥୀ ଦେବାଶିଷ ବାନାର୍ଜୀଙ୍କୁ ୨୨,୯୮୬ ଭୋଟରେ ପରାସ୍ତ କରିଛନ୍ତି। ୧୬ ରାଉଣ୍ଡ ଶେଷ ସୁଦ୍ଧା ବିଶବାସ ୮୭,୬୬୭ ଖଣ୍ଡ ଭୋଟ ପାଇଥିବାବେଳେ ଦେବାଶିଷଙ୍କୁ ୬୪,୬୮୧ ଭୋଟ ମିଳିଥିଲା। ସେହିପରି ମହାରାଷ୍ଟ୍ରର କସ୍‌ବା ଆସନ କଂଗ୍ରେସକୁ ଯାଇଥିବା ବେଳେ ଚିଞ୍ଚଓ୍ବାଡ୍‌ରେ ଭାଜପା ବିଜୟୀ ହୋଇଛି। ଚିଞ୍ଚଓ୍ବାଡ୍‌ରେ ଭାଜପା ପ୍ରାର୍ଥୀ ଅଶ୍ୱିନ ଜଗତପ ଏନ୍‌ସିପି ପ୍ରାର୍ଥୀ ନାନା କାଟେଙ୍କୁ ୩୬ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ପରାଜିତ କରିଛନ୍ତି। କସ୍‌ବା ଆସନରେ କଂଗ୍ରେସ ପ୍ରାର୍ଥୀ ରବୀନ୍ଦ୍ର ଧନଗେକର ଭାଜପାର ହେମନ୍ତ ରାସାନେଙ୍କୁ ପରାସ୍ତ କରି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ତାମିଲନାଡୁର ଏରୋଡେ ଇଷ୍ଟ ଆସନ ଶାସକ ଡିଏମ୍‌କେ ନେତୃତ୍ୱାଧୀନ ଧର୍ମନିରପେକ୍ଷ ପ୍ରଗତିଶୀଳ ମେଣ୍ଟ ବଜାୟ ରଖିଛି। ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା କଂଗ୍ରେସର ଇଭିକେଏସ୍‌ ଏଲାନଗୋଭାନ ଏଆଇଏଡିଏମ୍‌କେ ପ୍ରାର୍ଥୀ କେ.ଏସ୍‌. ଥେନ୍ନାରାସୁଙ୍କୁ ପ୍ରାୟ ୬୬,୦୦୦ ଭୋଟରେ ପରାସ୍ତ କରିଛନ୍ତି। ଏଲାନଗୋଭାନଙ୍କୁ ୧.୧୦ ଲକ୍ଷରୁ ଅଧିକ ଭୋଟ ମିଳିଛି। ଅନ୍ୟପକ୍ଷରେ ଝାଡ଼ଖଣ୍ଡର ରାମଗଡ ଆସନରେ ହୋଇଥିବା ଉପନିର୍ବାଚନରେ ଏଜେଏସ୍‌ୟୁ-ପି ପ୍ରାର୍ଥୀ ସୁନିତା ଚୌଧରୀ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫାଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ୍‌ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri