Posted inଜାତୀୟ

୩ ଆସନରେ କଂଗ୍ରେସ, ଗୋଟିଏରେ ଭାଜପା

ନୂଆଦିଲ୍ଲୀ, ୨ା୩: ମହାରାଷ୍ଟ୍ରର ୨ ବିଧାନସଭା ଆସନ ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ତାମିଲନାଡୁର ଗୋଟିଏ ଲେଖାଏ ଆସନରେ ହୋଇଥିବା ଉପନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। କଂଗ୍ରେସକୁ ୩ଟି ଆସନ ମିଳିଥିବା ବେଳେ ଗୋଟିଏରେ ଭାଜପା ଏବଂ ଅନ୍ୟ ଆସନରେ ଏଜେଏସ୍‌ୟୁ-ପି ବିଜୟୀ ହୋଇଛି। ସାଗରଦିଘି ଆସନରେ କଂଗ୍ରେସ ବିଜୟୀ ହେବା ସହ ପଶ୍ଚିମବଙ୍ଗ ବିଧାନସଭାରେ ଖାତା ଖୋଲିଛି। ଏହି ଆସନ ଲାଗି ହୋଇଥିବା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ବେରୋନ୍‌ ବିଶ୍ୱାସ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଟିଏମ୍‌ସି ପ୍ରାର୍ଥୀ ଦେବାଶିଷ ବାନାର୍ଜୀଙ୍କୁ ୨୨,୯୮୬ ଭୋଟରେ ପରାସ୍ତ କରିଛନ୍ତି। ୧୬ ରାଉଣ୍ଡ ଶେଷ ସୁଦ୍ଧା ବିଶବାସ ୮୭,୬୬୭ ଖଣ୍ଡ ଭୋଟ ପାଇଥିବାବେଳେ ଦେବାଶିଷଙ୍କୁ ୬୪,୬୮୧ ଭୋଟ ମିଳିଥିଲା। ସେହିପରି ମହାରାଷ୍ଟ୍ରର କସ୍‌ବା ଆସନ କଂଗ୍ରେସକୁ ଯାଇଥିବା ବେଳେ ଚିଞ୍ଚଓ୍ବାଡ୍‌ରେ ଭାଜପା ବିଜୟୀ ହୋଇଛି। ଚିଞ୍ଚଓ୍ବାଡ୍‌ରେ ଭାଜପା ପ୍ରାର୍ଥୀ ଅଶ୍ୱିନ ଜଗତପ ଏନ୍‌ସିପି ପ୍ରାର୍ଥୀ ନାନା କାଟେଙ୍କୁ ୩୬ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ପରାଜିତ କରିଛନ୍ତି। କସ୍‌ବା ଆସନରେ କଂଗ୍ରେସ ପ୍ରାର୍ଥୀ ରବୀନ୍ଦ୍ର ଧନଗେକର ଭାଜପାର ହେମନ୍ତ ରାସାନେଙ୍କୁ ପରାସ୍ତ କରି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ତାମିଲନାଡୁର ଏରୋଡେ ଇଷ୍ଟ ଆସନ ଶାସକ ଡିଏମ୍‌କେ ନେତୃତ୍ୱାଧୀନ ଧର୍ମନିରପେକ୍ଷ ପ୍ରଗତିଶୀଳ ମେଣ୍ଟ ବଜାୟ ରଖିଛି। ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା କଂଗ୍ରେସର ଇଭିକେଏସ୍‌ ଏଲାନଗୋଭାନ ଏଆଇଏଡିଏମ୍‌କେ ପ୍ରାର୍ଥୀ କେ.ଏସ୍‌. ଥେନ୍ନାରାସୁଙ୍କୁ ପ୍ରାୟ ୬୬,୦୦୦ ଭୋଟରେ ପରାସ୍ତ କରିଛନ୍ତି। ଏଲାନଗୋଭାନଙ୍କୁ ୧.୧୦ ଲକ୍ଷରୁ ଅଧିକ ଭୋଟ ମିଳିଛି। ଅନ୍ୟପକ୍ଷରେ ଝାଡ଼ଖଣ୍ଡର ରାମଗଡ ଆସନରେ ହୋଇଥିବା ଉପନିର୍ବାଚନରେ ଏଜେଏସ୍‌ୟୁ-ପି ପ୍ରାର୍ଥୀ ସୁନିତା ଚୌଧରୀ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri