ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦ୍ରାପଡା, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ଝାରସୁଗୁଡା ଏବଂ ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ଯାଏ ଘୂର୍ଣ୍ଣିବଳୟ ଯୋଗୁ କାଁ ଭାଁ ବର୍ଷା ଲାଗିରହିବ। ତେବେ ଆସନ୍ତା ୨୮ ତାରିଖ ବେଳକୁ ଓଡିଶା ଉପକୂଳରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଚାନ୍ଦବାଲିରେ ସର୍ବାଧିକ ୫୭.୨ ପ୍ରତିଶତ ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୫୪,ସମ୍ବଲପୁର ୪୭, ଝାରସୁଗୁଡା ୨୪, ପୁରୀ ୧୭, ଗୋପାଳପୁର ୧୬.୩, ବାରିପଦା ୧୯, କେନ୍ଦୁଝର ୧୪.୫ ଏବଂ ତାଳଚେରରେ ୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ସକଳା ୯ଟାରୁ ୧୨ଟା ଯାଏ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ ସହରର ବିଭିନ୍ନ ଅଞ୍ଚଳରେ ପାଣି ଲହଡି ମାରିଥିଲା। ଜଳ ନିଷ୍କାସନ ଡ୍ରେନଗୁଡିକୁ ଅବରୋଧ କରାଯିବାରୁ ସହରରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ନୂଆପଲ୍ଲୀ ଇସ୍କନ ମନ୍ଦିର ନିକଟରେ ବର୍ଷା ଜଳ ନିଷ୍କାସନ ହୋଇ ନ ପାରିବାରୁ ଦୀର୍ଘ ସମୟ ଧରି ପାଣି ଜମା ହୋଇରହିଥିଲା। ଫଳରେ ଯିବା ଆସିବାରେ ସମସ୍ୟା ସୃଷ୍ଟି ହୋଇଥିଲା। ସେହିପରି ବେହେରାସାହି, ଶାସ୍ତ୍ରୀ ନଗର, ଆଚାର୍ଯ୍ୟ ବିହାର, ସତ୍ୟବିହାର, ମଞ୍ଚେଶ୍ୱର, ସମେଇ ଗାଡିଆ, କଟକ-ପୁରୀ ରୋଡ ଓ ଅନ୍ୟାନ୍ୟ ଖାଲୁଆ ଅଞ୍ଚଳରେ ପାଣି ଜମି ରହିଥିଲା। ରାଜ୍ୟରେ ଜୁନ ପହିଲାରୁ ଅଗଷ୍ଟ ୨୩ ତାରିଖ ମଧ୍ୟରେ ମୌସୁମୀ ବର୍ଷା ସ୍ବାଭାବିକ ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଏହି ସମୟରେ ୮୪୭.୩ ମିଲିମିଟର ବର୍ଷା ହେବା ସ୍ଥଳେ ହୋଇଛି ୮୧୨ ମିଲିମିଟର। ଏହା ସତ୍ତ୍ୱେ ଦେବଗଡ଼ ଜିଲାରେ ୩୩ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ଅନୁଗୋଳ ୨୫, ବାଲେଶ୍ୱର ୩୨ ଏବଂ ଗଜପତିରେ ୨୯ ପ୍ରତିଶତ କମ୍‌ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri