ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ସଂଘର ନୂଆଁଖାଇ ଭେଟ୍‌ଘାଟ୍‌

କୋକସରା,୧୫।୯(ଡି.ଏନ.ଏ.):କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ମହାସଂଘର ନୂଅଁାଖାଇ ଭେଟଘାଟ କାର୍ଯ୍ୟକ୍ରମ କୋକସରା ବ୍ଲକ ମୋଟେର ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । କଳାକାର ସଂଘ ଜିଲା ସଭାପତି ପ୍ରଦୀପ ଧଙ୍ଗଡାମାଝି ମୁଖ୍ୟଅତିଥି ଏବଂ ମୁଖ୍ୟବକ୍ତା ଭାବେ ଘୁମୁରାର ଗୁରୁ ତୀର୍ଥରାଜ ଦଳପତି ଯୋଗଦେଇ ରାଜ୍ୟ ସରକାର କଳାକାରମାନଙ୍କୁ ପେନସନ ଲାଗୁ କରିଛନ୍ତି । ତେବେ ଆଜି ମଧ୍ୟ ଅନେକ କଳାକାର ପେନସନ ନ ପାଇ ଦୁଃସ୍ଥ ଜୀବନଯାପନ କରୁଛନ୍ତି। ଏଣୁ ସଂଘ ଦ୍ୱାରା ସେମାନଙ୍କୁ ଥଇଥାନ ଓ କଳାକାର ଭତ୍ତା ଯୋଜନାରେ ସାମିଲ କରିବା ପାଇଁ ଉଦ୍ୟମ କରାଯିବ ବୋଲି କହିଥିଲେ। କଳାହାଣ୍ଡି ଜିଲା ହେଉଛି କଳାର ଏନ୍ତୁଡିଶାଳ। ଏଠି କଳା କିମ୍ବା କଳାକାରର ଅଭାବ ନାହିଁ । କଳାହାଣ୍ଡିର ବୀରବାଦ୍ୟ ଘୁମୁରା ହେଉ ଅବା ଢାପ ବାଜା ଆଜି ବିଶ୍ୱ ଦରବାରରେ ନିଜର କଳାର ପ୍ରଦର୍ଶନ କରି ସମ୍ମାନିତ ହୋଇଥିବାବେଳେ କଳାହାଣ୍ଡିର ଅନେକ ଲୋକକଳା ଯାହା କି ଆଜି ଲୋପ ପାଇବାକୁ ବସିଲାଣି । ତାହାର ପୁନରୁଦ୍ଧାର କରିବା ସହ କଳାହାଣ୍ଡିର କଳା ଓ ଗାରିମାମୟ ଗୌରବକୁ ଦେଶବିଦେଶରେ ପହଞ୍ଚାଇବା ପାଇଁ ସଂଘ ଉଦ୍ୟମ ଜାରି ରଖିବ ବୋଲି ଉପସ୍ଥିତ ବକ୍ତାମାନେ ମତ ରଖିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଜିଲା କଳାକାର ସଂଘ ଉପସଭାପତି ମହେଶ୍ୱର ସରାଫ, ସହସମ୍ପାଦକ ଶୋଭାବନ ଭାଟି, ନାଟ୍ୟଗୁରୁ ଚିନ୍ତାମଣୀ ପଟେଲ, ବିଜୟ ପ୍ରଧାନୀ, ଦାଶରଥି ସରାଫ, ନାସିର ଖାନ, ହୀରାଲାଲ ସରାଫ ପ୍ରମୁଖ ମଞ୍ଚାସୀନ ଅତିଥି ରୂପେ ଯୋଗଦେଇଥିଲେ। ମନମୋହନ ଦାସ ଅତିଥି ପରିଚୟ ଓ ମଞ୍ଚ ପରିଚାଳନା କରିଥିଲେ। ସଭାରେ ଜୟପାଟଣା, କଲମପୁର ଓ କୋକସରା ବ୍ଲକର ଶତାଧିକ ପେନସନଭୋଗୀ କଳାକାରମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri