ଉପଭୋକ୍ତାଙ୍କ ଠାରୁ ଦୂରେଇଯାଉଛି ବିଏସ୍‌ଏନଏଲ୍‌

ଭଞ୍ଜନଗର,୬।୭(ଡି.ଏନ.ଏ.)-ଘରୋଇ କମ୍ପାନୀଙ୍କ ସ୍ବାର୍ଥ ପାଇଁ ସରକାରୀ ସଂସ୍ଥା ବିଏସ୍‌ଏନଏଲ୍‌କୁ ଜାଣିଶୁଣି ଦୁର୍ବଳ କରି ଦିଆଯାଉଥିବା ଅଭିଯୋଗ ହେଉଛି। ଦେଶର ଅଧିକାଶଂ ଅଞ୍ଚଳରେ ୪ଜି ମୋବାଇଲ ସେବା ମିଳୁଛି। ଭଞ୍ଜନଗରରେ ମଧ୍ୟ ଘରୋଇ କମ୍ପାନୀ ଗୁଡ଼ିକ ୪ଜି ସେବା ପ୍ରଦାନ କରୁଛନ୍ତି। କିନ୍ତୁ ବିଏସ୍‌ଏନଏଲ ସେବା ଭଞ୍ଜନଗରକୁ ପ୍ରଥମେ ଆସିଥିଲେ ମଧ୍ୟ ଆଜିବି ୩ଜି ସେବା ମିଳୁଛି। ଅଧିକାଶଂ ସମୟ ୩ଜି ବଦଳରେ ୨ ଜି ସେବା ମିଳୁଛି। ଏଭଳି ପରିସ୍ଥିତିରେ ପ୍ରାୟ ୧ ମାସ ହେବ ଲଣ୍ଡେଇସାହିରେ ଥିବା ବିଏସ୍‌ଏନଏଲ ଟାୱାରର ଏକ ମେଶିନ ଖରାପ ହୋଇଯାଇଛି। ତାହାକୁ ମରାମତି କରାଯାଉନାହିଁ। ଫଳରେ ଲଣ୍ଡେଇସାହି ଅଞ୍ଚଳର ହଜାର ହଜାର ଗ୍ରାହକ ବିଏସ୍‌ଏନଏଲ ମୋବାଇଲ ଫୋନ ସେବା ଠିକ୍‌ ଭାବେ ପାଇପାରୁନାହାନ୍ତି। ଘର ଭିତରେ ଫୋନ ଲାଗୁନାହିଁ। ଲଣ୍ଡେଇସାହି ଅଞ୍ଚଳରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ, ବିଇଡ଼ି କଲେଜ ସମେତ ସହରର ଅଧିକାଶଂ ଅଫିସ ସହ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ରହିଛି। ଦୌନନ୍ଦିନ ଏହି ଅଞ୍ଚଳକୁ ହଜାର ହଜାର ଲୋକ ବିଭିନ୍ନ କାମରେ ଆସୁଛନ୍ତି। ସେବା ନ ପାଇ ବିଏସ୍‌ଏନ୍‌ଏଲ ମୋବାଇଲ ଫୋନ ବ୍ୟବହାର କରୁଥିବା ଗ୍ରାହକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଏନେଇ ଅଞ୍ଚଳବାସୀ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ ଫଳ ମିଳୁନାହିଁ। ବାଧ୍ୟହୋଇ ଅନ୍ୟ କମ୍ପାନୀର ସିମ୍‌ ବ୍ୟବହାର କରୁଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ବିଏସ୍‌ଏନଏଲ୍‌କୁ ୩୦ ପ୍ରତିଶତ ଖର୍ଚ୍ଚ କାଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ବିଏସ୍‌ଏନ୍‌ଏଲରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ମାସ ତମାମ କାମ ପାଇପାରିବେ ନାହିଁ। ଯାହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚଳିତ ମାସ ୧୫ରୁ ରାଜ୍ୟର ପ୍ରାୟ ୨୫ଶହ ଅସ୍ଥାୟୀ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତି ନେଇଥିବା ଭଞ୍ଜନଗର ଶାଖା ସମ୍ପାଦକ ଦିଲୀପ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଗତ ଜୁନ୍‌ ୨୦ରୁ କର୍ମଚାରୀମାନେ ବକେୟା ଦରମା ଓ ଚାକିରି ନିୟମିତ ଦାବିନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ। ୧୦ ଦିନ କାର୍ଯ୍ୟବନ୍ଦ ପରେ ସରକାର ୧ ମାସର ବକେୟା ଦରମା ଦେଇଥିଲେ। ଏହାପରେ ପର୍ଯ୍ୟାୟକ୍ରମେ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଆଜି ସୁଦ୍ଧା ଆହୁରି ୫ମାସର ବକେୟା ଦରମା ମିଳିନାହିଁ। ଅନ୍ୟପଟେ ୩୦ ପ୍ରତିଶତ ଖର୍ଚ୍ଚ କାଟ କରିବା ଦ୍ୱାରା କର୍ମଚାରୀମାନେ ମଧ୍ୟ ମାସ ତମାମ କାମ ପାଇବେ ନାହିଁ। ତେଣୁ ଏହା ବିରୋଧରେ ଜୁଲାଇ ୧୫ରୁ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି କହିଛନ୍ତି। ଅନ୍ୟପଟେ ବିଏସ୍‌ଏନଏଲ ଯନ୍ତ୍ରୀ ଗୌରୀ ଶଙ୍କର ମିଶ୍ର ଏଠାରେ କହିଛନ୍ତି ଯେ, ଲଣ୍ଡେଇସାହି ଟାୱାରକୁ ଖୁବ୍‌ଶୀଘ୍ର ସମ୍ପୁର୍ଣ୍ଣ ସଚଳ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri