‘ଉପମହାଦେଶର ସମର୍ଥନ ଭାରତକୁ ସହାୟକ ହୋଇପାରିଲା ନାହିଁ’

ଲଣ୍ଡନ,୧ା୭(ପି.ଟି.)- ଇଂଲଣ୍ଡଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ପୂର୍ବତନ ପାକିସ୍ତାନ ପେସର ସୋଏବ ଅଖ୍‌ତର ଦୁଃଖ ପ୍ରକାଶ କରିଛନ୍ତି। ଭାରତୀୟ ଦଳର ପରାଜୟ ଦ୍ୱାରା ପାକିସ୍ତାନର ସେମିଫାଇନାଲକୁ ଉନ୍ନୀତ ହେବାର ସମ୍ଭାବନା କମ୍‌ ହୋଇଛି। ନିଶ୍ଚିତ ବିଜୟ ଆବଶ୍ୟକ ଥିବା ମ୍ୟାଚ୍‌ରେ ଇଂଲଣ୍ଡ ୩୩୮ ରନ୍‌ କରିଥିଲା। ଜବାବରେ ଓପନର ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ଭାରତ ୩୦୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦେଶ ବିଭାଜନ ପରେ ପ୍ରଥମ ଥର ଆମେ ଭାରତକୁ ସମର୍ଥନ କରିଥିଲୁ। ଭାରତୀୟ ଦଳ ତା’ର ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଉଦ୍ୟମ କରିଛି, ଏଥିରେ ଦ୍ୱିମତ ନାହିଁ। କିନ୍ତୁ ଭାରତର ଶ୍ରେଷ୍ଠ ପ୍ରଦର୍ଶନ ମଧ୍ୟ ପାକିସ୍ତାନକୁ ବଞ୍ଚାଇପାରି ନାହିଁ। ପ୍ରଥମଥର ଲାଗି ପାକିସ୍ତାନ, ବାଂଲାଦେଶ ଓ ଶ୍ରୀଲଙ୍କା ଭଳି ଉପମହାଦେଶୀୟ ଦେଶର କ୍ରିକେଟ ସମର୍ଥକମାନେ ଭାରତ ବିଜୟ ଲାଗି ପ୍ରାର୍ଥନା କରିଥିଲେ। ଏହି ପ୍ରାର୍ଥନା ଭାରତୀୟ ଦଳ ନିକଟରେ ପହଞ୍ଚତ୍ପାରିଲା ନାହିଁ ଭଳି ଲାଗୁଛି ବୋଲି ଅଖ୍‌ତର କହିଛନ୍ତି। ଉଲ୍ଲେଖଥାଉ କି, ଭାରତ ବିପକ୍ଷ ମ୍ୟାଚ୍‌ରୁ ଦୁଇ ପଏଣ୍ଟ ପାଇ ଇଂଲଣ୍ଡ ୧୦ ପଏଣ୍ଟ ସହ ଅଙ୍କ ତାଲିକାର ୪ର୍ଥ ସ୍ଥାନ ହାସଲ କରିଛି। ଏହାର ପଛକୁ ୯ ପଏଣ୍ଟ ସହ ୫ମ ସ୍ଥାନରେ ରହିଛି ପାକିସ୍ତାନ। ୧୯୯୨ ବିଶ୍ୱକପ୍‌ ଚାମ୍ପିୟନ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିବ। ଦୁଇ ଦଳର ସେମିଫାଇନାଲକୁ ଉନ୍ନୀତ ହେବା ସମ୍ଭାବନା ଖୁବ କମ୍‌। ଇଂଲଣ୍ଡ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ହରାଇବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri