ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ

କାବୁଲ୍‌,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କେତେକ ଅଜ୍ଞାତ ବନ୍ଧୁକଧାରୀ କାର୍ଯ୍ୟାଳୟ ଭିତରେ ପଶି ୬ ଘଣ୍ଟାକାଳ ଆତଙ୍କ ସୃଷ୍ଟି କରିଥିଲେ। ସୁରକ୍ଷାକର୍ମୀଙ୍କ ସହ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଉପରାଷ୍ଟ୍ରପତି ପ୍ରାର୍ଥୀ ତଥା ଗୋଇନ୍ଦା ବିଭାଗର ପୂର୍ବତନ ମୁଖ୍ୟ ଅମ୍‌ରୁଲ୍ଲା ସଲେହଙ୍କୁ ସେମାନେ ଟାର୍ଗେଟ କରିଥିଲେ। ହେଲେ ଅମ୍‌ରୁଲ୍ଲା ଓ ୮୫ ଜଣ ଲୋକ ସେଠାରୁ ପଳାଇବାରେ ସମର୍ଥ ହୋଇଥିଲେ। ଅଜ୍ଞାତ ବନ୍ଧୁକଧାରୀମାନେ ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଥିବାବେଳେ ସେମାନଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରି ନ ଥିବା ସ୍ବରାଷ୍ଟ୍ରମନ୍ତ୍ରଣାଳୟର ମୁଖପାତ୍ର ନସ୍‌ରତ୍‌ ରହିମି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri