Posted inଖେଳ

ଉସମାନ ଖ୍ବାଜା ବିପଦମୁକ୍ତ

ସାଉଥମ୍ପଟନ, ୨୩।୫(ପି.ଟି.)- ମୁଣ୍ଡରେ ବଲ୍‌ ବାଜି ଆଘାତପ୍ରାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ବିପଦମୁକ୍ତ ଥିବା ଗୁରୁବାର ଘୋଷଣା କରାଯାଇଛି। ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବ୍ୟାଟିଂ କରୁଥିବାବେଳେ ଆନ୍ଦ୍ରେ ରସେଲଙ୍କ ଏକ ବାଉନ୍ସର ବଲ୍‌ ଖ୍ବାଜାଙ୍କ ହେଲ୍‌ମେଟ୍‌ରେ ବାଜିଥିଲା। ଏହାପରେ ଖ୍ବାଜା ରିଟାୟର୍ଡ ହର୍ଟ ହୋଇ ପ୍ୟାଭିଲିୟନ ଫେରିଯାଇଥିଲେ। ମେଡିକାଲରେ ଖ୍ବାଜାଙ୍କ ମୁଣ୍ଡ ସ୍କାନ କରାଯାଇଥିବାବେଳେ କୌଣସି ଗୁରୁତର ଆଘାତ ଲାଗି ନ ଥିବା ଜଣାପଡ଼ିଛି, ଯାହାକି ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ଆଶ୍ୱସ୍ତି କରିଛି। ‘ଡରିଗଲା ଭଳି ଖବର ଥିଲା। ତାଙ୍କ ଗାଲ ପାଖ ହାଡ଼ରେ ବଲ୍‌ ବାଜିଥିଲା। ତେବେ ଏବେ ସେ ସୁସ୍ଥ ହୋଇ ପ୍ରତ୍ୟାବର୍ତ୍ତନ କରିବା ସବୁଠୁ ବଡ଼ ଖବର’ ବୋଲି ଏହି ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଶନ୍‌ ମାର୍ଶ କହିଛନ୍ତି। ଏହି ଓ୍ବାର୍ମଅପ୍‌ରେ ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ କାର୍ଲୋସ ବାର୍ଥଓ୍ବେଟ୍‌ (୬୦) ଓ ଏଭିନ ଲୁଇସ (୫୦)ଙ୍କ ଅର୍ଦ୍ଧଶତକ ବଳରେ ୪୯.୨ ଓଭରରେ ୨୨୯ ରନ କରି ଅଲ୍‌ଆଉଟ୍‌ ହୋଇଥିଲା। ଜବାବରେ ଅଷ୍ଟ୍ରେଲିଆ ୩୮.୨ ଓଭରରେ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଶନ୍‌ ମାର୍ଶ ୫୫, ଷ୍ଟିଭ ସ୍ମିଥ୍‌ ୭୬ ଓ ଅଧିନାୟକ ଆରୋନ୍‌ ଫିଞ୍ଚ୍‌ ୪୨ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ...

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri