ଉହାନ ବାୟୁମଣ୍ଡଳରେ ବଢୁଛି ସଲଫର ଡାଇଅକ୍ସାଇଡ୍‌ ମାତ୍ରା: ପ୍ରମାଣିତ କରୁଛି କରୋନା ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢେର୍‌ ଅଧିକ !

ବେଜିଂ,୧୧।୨: କରୋନା ଭୁତାଣୁ ଚାଇନାରେ ମୁଣ୍ଡ ଗଡ଼ାଇ ଚାଲିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦୧୧ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୦୦ ଛୁଇଁଛି। ତେବେ ଚାଇନା ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏହି ରିପୋର୍ଟକୁ ଉହାନ ସହର ବାୟୁମଣ୍ଡଳରେ ବଢୁଥିବା ସଲଫର ଡାଇଅକ୍ସାଇଡ୍‌ ମାତ୍ରା ଭୁଲ୍‌ ପ୍ରମାଣିତ କରୁଛି ବୋଲି କେତେକ ଗଣମାଧ୍ୟମ ସଂସ୍ଥା ଦାବି କରିଛନ୍ତି। କରୋନା ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢେର୍‌ ଅଧିକ ରହିଥିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଅଧିକ ମୃତଦେହ ଏବଂ ମେଡିକାଲ ବର୍ଜ୍ୟ ଜଳାଇବା ଦ୍ୱାରା ଏପରି ହେଉଥିବା କୁହାଯାଉଛି। ହଠାତ୍‌ ସଲଫର ଡାଇଅକ୍ସାଇଡ୍‌ସ୍ତର ବୃଦ୍ଧି ପାଇବା ନିଶ୍ଚତ ଭାବେ ସରକାରୀ ରିପୋର୍ଟରେ ଦର୍ଶାଯାଇଥିବା ମୃତ୍ୟୁ ସଂଖ୍ୟା ସମ୍ପୂର୍ଣ୍ଣ ଭାବେ ମିଥ୍ୟ ବୋଲି ଦାବି କରାଯାଇଛି। ଉପଗ୍ରହରୁ ମିିଳିଥିବା ଚିତ୍ର ଆଧାରରେ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ପକ୍ଷରୁ ଏଭଳି କୁହାଯାଇଛି। କରୋନା ମୃତକଙ୍କ ଦେହକୁ ନ ପୋତି ସୁରକ୍ଷା ଦୃଷ୍ଟିରୁ ଜଳାଇ ଦେବାକୁ ଚାଇନା ସରକାର କହିଛନ୍ତି। ତେବେ ଏବେ କେତେ ମୃତଦେହର ଦାହ ସଂସ୍କାର କରାଯାଇଛି ତାହା ସରକାରୀ ରିପୋର୍ଟରେ ସୂଚିତ କରାଯାଇ ନାହିଁ। ମାତ୍ର ସଲଫର ଡାଇଅକ୍ସାଇଡ୍‌ସ୍ତର ସୂଚାଇ ଦେଉଛି ଯେ, ଉହାନରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri