ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରାଇହରି ଗ୍ରାମର ପବିତ୍ର କୁମାର ପାତ୍ର ଏବଂ ବଡାମତଳିଆ ଗ୍ରାମର କହ୍ନେଇ ହାଁସଦା। ଏନେଇ ଥାନାରେ ଏକ ମାମଲା(ନଂ.୬୭/୨୦୨୦) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ନିଜକୁ ଏକ ଅର୍ଥଲାଗାଣକାରୀ ସଂସ୍ଥାର କର୍ମଚାରୀ ଦର୍ଶାଇ ଅଭିଯୁକ୍ତ ଦ୍ୱୟ ରାଇରଙ୍ଗପୁର, ବିଜାତଳା, ତିରିଂ ଏବଂ ବିଶୋଇ ଅଞ୍ଚଳର ପ୍ରାୟ ୧୨୫ ଜଣ ଲୋକଙ୍କୁ ୭୦ ହଜାର ଟଙ୍କାର ଋଣ କରାଇ ଦେବେ ବୋଲି ପ୍ରବର୍ତ୍ତାଇ ଥିଲେ। ଏଥି ନିମନ୍ତେ ପ୍ରତ୍ୟେକଙ୍କଠାରୁ ଇନ୍ସ୍ୟୁରାନ୍ସ ବାବଦରେ ୨୦୭୦ଟଙ୍କା ଲେଖାଏଁ ଅର୍ଥ ଆଦାୟ କରିଥିଲେ। ତେବେ ସେମାନଙ୍କ ଉପରେ ସନ୍ଦେହ ହେବାରୁ ରାଇହରି ଗ୍ରାମର ନୀଳାମ୍ବର ପାତ୍ର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ତଦନ୍ତ ଜାରି ରଖିଥିତ୍ବା ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri