ଋଣ କରାଇ ଦେବାକୁ କହି ଠକିନେଲେ ୬୨ ହଜାର

କୁଳିଅଣା,୧୯ା୬(ଆଦିକନ୍ଦ ସାହୁ): ୨ଲକ୍ଷ ଟଙ୍କା ଋଣ କରାଇ ଦେବାକୁ କହି ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ପାରୁଳିଆ ପଞ୍ଚାୟତ ବଡ଼ହଳଦିଆକନ୍ଦ ଗ୍ରାମର ଚନ୍ଦନ କୁମାର ପାତ୍ରଙ୍କଠାରୁ ସାଇବର ଠକ ୬୨ ହଜାର ଟଙ୍କା ଠକି ନେଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୪/୨୩) ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ଚନ୍ଦନଙ୍କ ମୋବାଇଲକୁ ଗତ ମେ ୨୩ ତାରିଖରେ ଏକ ନମ୍ବରରୁ କଲ ଆସିଥିଲା। ୨ ଲକ୍ଷ ଟଙ୍କା ଲୋନ କରାଇ ଦିଆଯିବ ବୋଲି କଲ କରିଥିବା ବ୍ୟକ୍ତି ଜଣକ କହିଥିଲେ। ଚନ୍ଦନ ତାଙ୍କ କଥାରେ ରାଜି ହୋଇ ଆବଶ୍ୟକ କାଗଜପତ୍ର ପଠାଇଥିଲେ। ପରେ ଉକ୍ତ ବ୍ୟକ୍ତି ଜଣକ ବୀମା, ଏନ୍‌ଓସି, ଇଏମ୍‌ଆଇ ଆଡଭାନ୍ସ ଆଦି ବାବଦରେ ବିଭିନ୍ନ ପର୍ଯ୍ୟାୟରେ ତାଙ୍କଠାରୁ ମୋଟ ୬୨ ହଜାର ୧୪ ଟଙ୍କା ଠକି ନେବା ପରେ ମୋବାଇଲ ସୁଇଚଅଫ୍‌ କରିଦେଇଥିବା ଅଭିଯୋଗରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri