ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ ଧରି ସେଠାରେ ସମସ୍ତଙ୍କୁ ଭୟଭୀତ କରୁଥିଲେ। ଟାଉନ ଥାନା ଅଧିକାରୀ ସୁରେଶ କୁମାର ତ୍ରିପାଠୀ ଓ ଷ୍ଟାଫ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ କାବୁ କରିଥିଲେ। ଅଭିଯୁକ୍ତ ଜଣକ ବଡବଜାର ଥାନା ଅନ୍ତର୍ଗତ ହାଉସିଂବୋର୍ଡର ଅନୁରୋଧ ପଟ୍ଟନାୟକ । ସେ ଏକ ଇଂଞ୍ଜିିନୟରିଂ କଲେଜରେ ଅଧ୍ୟାପକ ଥିବା ପୋଲିସ କହିଛି। ତାଙ୍କ ନିକଟରୁ ଜବତ ହୋଇଥିବା ବନ୍ଧୁକ ଏକ ଖେଳଣା ଏବଂ ସେ ତାହାକୁ ଅନ୍‌ଲାଇନରେ କ୍ରୟ କରିଥିବା ପୋଲିସ ଜେରା ବେଳେ ଜାଣିବାକୁ ପାଇଛି।
ଘଟଣାରୁ ପ୍ରକାଶ, ଅନୁରୋଧ ଉକ୍ତ ସଂସ୍ଥାରୁ ୧୦ ହଜାର ଟଙ୍କା ଋଣ ନେଇଥିଲେ। ସେ କେତେକ କିସ୍ତିରେ ଋଣ ପରିଶୋଧ କରିଥିଲେ। ହେଲେ ବଳକା ଟଙ୍କା ଓ ସୁଧ ମିଶି ଅଧିକ ହେଉଥିବାରୁ ସେ ଏହାର ପ୍ରତିବାଦ କରିଥିଲେ। ବୁଧବାର ସନ୍ଧ୍ୟାରେ ଉକ୍ତ ସଂସ୍ଥାରେ ପହଞ୍ଚି ପ୍ରଥମେ ଶାଖା ପ୍ରବନ୍ଧକଙ୍କ ସହ ଝଗଡା କରିଥିଲେ। ପରେ ବାହାରକୁ ଆସି ଶଟର ପକାଇ ବନ୍ଧୁକ ଦେଖାଇ ସମସ୍ତଙ୍କୁ ଭୟଭୀତ କରିଥିଲେ। ଏପରିକି ସେ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକମାନେ ମଧ୍ୟ ଭୟଭୀତ ହୋଇ ଦୌଡ଼ିିବାକୁ ଲାଗିଥିଲେ। ଉକ୍ତ ସଂସ୍ଥାର ଶାଖା ପରିଚାଳକ ଏସ୍‌.ମୁରଲୀ ଧରଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ଅଧ୍ୟାପକ ଅନୁରୋଧ ପଟ୍ଟନାୟକଙ୍କୁ ଗିରଫ କରିଛି। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri