ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା

ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା ବାଛି ନେଇଛନ୍ତି। ସେ ବେକରେ ରଶି ଲଗାଇ ଓରାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଚାଷୀ ହେଲେ ଗୟାଧର ଜେନା (୬୨)
ଗୟାଧର ଋଣ ଆଣି ଏକ ଛତୁ ଫାର୍ମ କରିଥିଲେ। ହେଲେ ସେ ଠିକ୍‌ ସମୟରେ ଋଣ ଶୁଝି ପାରୁ ନ ଥିବାରୁ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ। ଶେଷରେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇ ଶେଷ ରଜରେ ବେକରେ ଗାମୁଛା ଲଗାଇ ଫାର୍ମ ଓରାରେ ଝୁଲି ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସଂଜ୍ଞାହୀନ ଅବସ୍ଥାରେ ସୋର ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ଘଟଣାର ତଦନ୍ତ କରୁଛି। ପ୍ରକାଶ ଥାଉକି ଗୟାଧର ସୋରସ୍ଥିତ ବିବିସିସି ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଋଣ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri